Posted inଖେଳ

ଦିନିକିଆରୁ ଅବସର ନେଇ ପାରନ୍ତି ଧୋନୀ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୯।୧- ଭାରତୀୟ କ୍ରିକେଟ୍‌ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରେ ଧୋନୀ ଶେଷଥର ପାଇଁ ଭାରତୀୟ ଜର୍ସିରେ ନଜର ଆସିଥିଲେ। ଏହାପରେ ସେ କ୍ରିକେଟରୁ ଏକପ୍ରକାର ଦୂରେଇ ଯାଇଛନ୍ତି। ଭାରତର ଏହି ପୂର୍ବତନ ସଫଳ ଅଧିନାୟକ ପୁଣିଥରେ କେବେ କ୍ରିକେଟ୍‌ ମୈଦାନକୁ ପ୍ରତ୍ୟାବର୍ତ୍ତନ କରିବେ ସେନେଇ କୌଣସି ସଠିକ୍‌ ତଥ୍ୟ ନାହିଁ। କିନ୍ତୁ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଗୁରୁବାର ଧୋନୀଙ୍କ ଭବିଷ୍ୟତକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ନିକଟ ଭବିଷ୍ୟତରେ ଧୋନୀ ଦିନିକିଆରୁ ଅବସର ଘୋଷଣା କରିପାରନ୍ତି ବୋଲି ଶାସ୍ତ୍ରୀ ଏକ ସାକ୍ଷାତ୍‌କାର ଅବସରରେ ଏହିଭଳି କିଛି ସୂଚନା ଦେଇଛନ୍ତି। ‘ଧୋନୀଙ୍କ ସହିତ ମୋର ଆଲୋଚନା ହୋଇଛି। ଲମ୍ବା ସମୟ ଧରି କ୍ରିକେଟ୍‌ ଖେଳୁଛନ୍ତି। ପୂର୍ବରୁ ସେ ଟେଷ୍ଟରୁ ଅବସର ନେଇସାରିଛନ୍ତି। ଖୁବ୍‌ ଶୀଘ୍ର ସେ ଦିନିକିଆ କ୍ରିକେଟ୍‌କୁ ଅଲ୍‌ବିଦା କହିପାରନ୍ତି। ମୋତେ ଲାଗୁଛି କି, ତାଙ୍କର ଏହି ବୟସରେ ଟି୨୦ ହେଉଛି ଏପରି ଏକ ଫର୍ମାଟ୍‌ ଯେଉଁଥିରେ ସେ ଖେଳ ଜାରି ରଖିପାରିବେ। ଏହାର ଅର୍ଥ ତାଙ୍କୁ ଏବେ ଖେଳ ଆରମ୍ଭ କରିବାକୁ ପଡ଼ିବ। ଯଦି ଆଇପିଏଲ୍‌ରେ ପ୍ରଭାବୀ ପ୍ରଦର୍ଶନ କରନ୍ତି ତେବେ ଏହି ଫର୍ମାଟ୍‌ରେ ସେ ଖେଳ ଜାରି ରଖିପାରିବେ’ ବୋଲି ଶାସ୍ତ୍ରୀ କହିଛନ୍ତି। ଶାସ୍ତ୍ରୀଙ୍କ ଏହି ମତରୁ ଧୋନୀ ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳରେ ସାମିଲ ହେବାନେଇ ସମ୍ଭାବନା ସୃଷ୍ଟି ହୋଇଛି। ଉଲ୍ଲେଖଯୋଗ୍ୟ, ଧୋନୀଙ୍କ ଅବସର ନେଇ ଚାରିଆଡ଼ୁ ଆଲୋଚନା ହେଉଥିଲେ ମଧ୍ୟ ସେ ନିଜେ ବର୍ତ୍ତମାନ ସୁଦ୍ଧା ଏ ବିଷୟରେ ବିଧିବଦ୍ଧ ଭାବେ କିଛି ଘୋଷଣା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri