Posted inଖେଳ

ଦିନିକିଆ ସିରିଜରେ ସ୍ମିଥ୍‌ ଅଧିନାୟକ

ଅହମଦାବାଦ,୧୫ା୩(ପି.ଟି.): ନିୟମିତ ଅଧିନାୟକ ପ୍ୟାଟ୍‌ କୁମିନ୍ସଙ୍କ ସ୍ଥାନରେ ଷ୍ଟିଭ୍‌ ସ୍ମିଥ୍‌ ଅଧିନାୟକ ଦାୟିତ୍ୱ ବହନ କରିବେ। ଅନ୍ତିମ ଦୁଇ ଟେଷ୍ଟରେ ସ୍ମିଥ୍‌ ଷ୍ଟାଣ୍ଡଇନ୍‌ କ୍ୟାପ୍‌ଟେନ ରହିଥିବା ବେଳେ ଦିନିକିଆ ସିରିଜ୍‌ ପାଇଁ ମଧ୍ୟ ତାଙ୍କୁ ଅଧିନାୟକ ରଖାଯିବ ବୋଲି ଅଷ୍ଟ୍ରେଲିଆ ଦଳର ମୁଖ୍ୟ କୋଚ୍‌ ଆଣ୍ଡ୍ର୍ୟୁ ମ୍ୟାକ୍‌ଡୋନାଲ୍ଡ ସୂଚନା ଦେଇଛନ୍ତି। ଦିଲ୍ଲୀ ଟେଷ୍ଟ ପରେ ମା’ଙ୍କ ଅସୁସ୍ଥତା ପାଇଁ କୁମିନ୍ସ ଦେଶକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଅହମଦାବାଦ ଟେଷ୍ଟ ପୂର୍ବରୁ ମା’ଙ୍କ ଦେହାନ୍ତ ଘଟିଥିଲା। ଶୁକ୍ରବାରଠାରୁ ଦିନିକିଆ ସିରିଜ୍‌ ଆରମ୍ଭ ହେବାକୁ ଯାଉଥିବା ବେଳେ ଶୋକରେ ଥିବା କୁମିନ୍ସ ଭାରତ ଫେରିବେ ନାହିଁ ବୋଲି ମ୍ୟାକଡୋନାଲ୍ଡ ସ୍ପଷ୍ଟ କରିଛନ୍ତି। ଦୁଃଖର ମୁହୂର୍ତ୍ତରେ ଅଷ୍ଟ୍ରେଲିଆ ଦଳ କୁମିନ୍ସଙ୍କ ସହିତ ରହିଛି ବୋଲି ସେ କହିଛନ୍ତି। ତେବେ ତାଙ୍କର ବଦଳ ଖେଳାଳିଙ୍କ ନାମ ଏଯାଏ ଘୋଷଣା କରାଯାଇ ନାହିଁ। ପ୍ରଥମ ଦୁଇ ଟେଷ୍ଟରେ କୁମିନ୍ସ ଅଧିନାୟକ ରହିଥିବା ବେଳେ ପରବର୍ତ୍ତୀ ଦୁଇ ଟେଷ୍ଟରେ ସ୍ମିଥ୍‌ ନେତୃତ୍ୱ ନେଇଥିଲେ। ଇନ୍ଦୋର ଟେଷ୍ଟରେ ଅଷ୍ଟ୍ରେଲିଆ ବିଜୟୀ ହୋଇଥିବା ବେଳେ ଅହମଦାବାଦର ଟେଷ୍ଟ ଡ୍ର’ରେ ଶେଷ ହୋଇଥିଲା। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳ ଆହତ ସମସ୍ୟା ଦେଇ ଗତି କରୁଛି। ହାର୍ମଷ୍ଟ୍ରିଙ୍ଗ ସର୍ଜରୀ ପାଇଁ ଝେ ରିଚାର୍ଡସନ୍‌ ବାଦ୍‌ ପଡିଥିବା ବେଳେ ନାଥାନ ଏଲିସଙ୍କୁ ବଦଳ ଖେଳାଳି ଭାବରେ ଘୋଷଣା କରାଯାଇଥିଲା। କହୁଣି ଆଘାତ ପାଇଁ ଅନ୍ତିମ ଦୁଇ ଟେଷ୍ଟରୁ ବାଦ୍‌ ପଡିଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଦିନିକିଆ ଦଳରେ ସାମିଲ କରାଯାଇଛି। କୁମିନ୍ସଙ୍କ ସ୍ଥାନରେ ଇଂଲଣ୍ଡରେ ଅଧିନାୟକ ରହିଥିବା ଜୋଶ ହେଜେଲଉଡ୍‌ ମଧ୍ୟ ଆକିଲିସ୍‌ ଇଞ୍ଜୁରୀ କାରଣରୁ ବାଦ୍‌ ପଡିଛନ୍ତି। ଆଷ୍ଟନ ଆଗର ଦିନିକିଆ ସିରିଜ ପାଇଁ ଫେରିଥିବା ବେଳେ ଆଡାମ ଜାମ୍ପାଙ୍କ ସହିତ ସେ ସ୍ପିନ୍‌ ବିଭାଗ ସମ୍ଭାଳିବେ। ଆହତ ସମସ୍ୟାରୁ ଫେରିଥିବା ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଓ ମିଚେଲ୍‌ ମାର୍ଶ ମଧ୍ୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?