Posted inଖେଳ

ଦିନିକିଆ ସିରିଜ କବ୍‌ଜା କଲା ଓ୍ବେଷ୍ଟଇଣ୍ଡିଜ

ଲକ୍ଷ୍ନୌ, ୧୦।୧୧- ଆଫଗାନିସ୍ତାନ ବିପକ୍ଷରେ ଏଠାରେ ଖେଳାଯାଇଥିବା ୨ୟ ଦିନିକିଆ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୪୭ ରନରେ ବିଜୟ ଲାଭ କରିଛି। ଏଥିସହିତ କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ୨-୦ରେ ଆଗୁଆ କବ୍‌ଜା କରିନେଇଛି। ପୂର୍ବରୁ ସିରିଜର ପ୍ରଥମ ମ୍ୟାଚ୍‌କୁ ଘରୋଇ ଆଫଗାନିସ୍ତାନ ୭ ଉଇକେଟ୍‌ରେ ହାରିଥିଲା। ଅନ୍ତିମ ତଥା ୩ୟ ମ୍ୟାଚ୍‌ ସୋମବାର ଏଠାରେ ଖେଳାଯିବ।
ସ୍ଥାନୀୟ ଭାରତରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ୍‌ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୨୪୮ ରନର ଲକ୍ଷ୍ୟକୁ ପିଛା କରି ଆଫଗାନିସ୍ତାନ ୪୫.୪ ଓଭରରେ ୨୦୦ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ଘରୋଇ ଦଳ ପକ୍ଷରୁ ହଜରାତୁଲ୍ଲା ଜାଜାଇ ୨୩, ରହମତ ଶାହ ୩୩, ନାଜିବୁଲା ଜର୍ଡାନ ୫୬ ଓ ମହମ୍ମଦ ନବି ୩୨ ରନ କରିଥିଲେ। ଅଧିନାୟକ ରଶିଦ ଖାଁ (୨ ରନ) ବିଫଳ ହୋଇଥିଲେ। ବିଜୟୀ ଓ୍ବେଷ୍ଟଇଣ୍ଡିଜ ଦଳର ଶେଲଡନ କୋର୍ଟେଲ, ରୋଷ୍ଟନ ଚେଜ୍‌ ଓ ହେଡେନ ଓ୍ବାଲ୍ସ ୩ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଏଥିପୂର୍ବରୁ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ସାଇ ହୋପ୍‌ (୪୭), ଏଭିନ ଲୁଇସ (୫୪) ଓ ଉଇକେଟ୍‌କିପର ନିକୋଲାସ ପୁରାନ (୬୭)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ଦଳ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୪୭ ରନ କରିଥିଲା। ଉଲ୍ଲେଖଯୋଗ୍ୟ, ଏହି ସିରିଜ ଲାଗି ଆଫଗାନିସ୍ତାନ ଲକ୍ଷ୍ନୌର ଉକ୍ତ ଷ୍ଟାଡିୟମକୁ ଘରୋଇ ଭେନ୍ୟୁ ଭାବେ ଚୟନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri