Posted inଖେଳ

ଦିନିକିଆ ସିରିଜ ଜିତିଲା ପାକିସ୍ତାନ

କରାଚି,୩।୧୦- ଏଠାରେ ବୁଧବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୧୦ଟି ବଲ୍‌ ବାକିଥାଇ ୫ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ପାକିସ୍ତାନ ୨-୦ରେ ବିଜୟୀ ହୋଇଛି। ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୯୭ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୪୮.୨ ଓଭରରେ ୫ ଉଇକେଟ ହରାଇ ୨୯୯ ରନକରି ବିଜୟୀ ହୋଇଛି। ପାକିସ୍ତାନ ତରଫରୁ ଓପନର ଫକାର ଜମାନ ସର୍ବାଧିକ ୭୬, ଅବିଦ ଅଲି ୭୪, ହାରିସ ସୋହେଲ ୫୬, ବାବର ଆଜମ ୩୧, ଅଧିନାୟକ ସର୍ଫରାଜ ଅହମ୍ମଦ ୨୩ ରନ କରି ଆଉଟ ହୋଇଥିଲେ। ଇଫତିକାର ଅହମ୍ମଦ ୨୮ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ଶ୍ରୀଲଙ୍କାର ନୂଆନ ପ୍ରଦୀପ ୨, ଲାହିରୁ କୁମାରା ଲକ୍ଷଣ ସନ୍ଦକାନ, ଓ୍ବାନିଣ୍ଡୁ ହାସରଙ୍ଗା ଓ ଶେହାନ ଜୟସୁରିୟା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଓପନର ଦନୁଷ୍କା ଗୁଣତିଲକା ସର୍ବାଧିକ ୧୩୩ ରନର ଶତକୀୟ ପାଳି ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦସୁନ ସନକା ୪୩, ଅଧିନାୟକ ଲାହିରୁ ଥିରିମାନେ ୩୬, ଉଇକେଟକିପର ବ୍ୟାଟ୍ସମ୍ୟାନ ମିନୋଦ ଭାନୁକା ୩୬ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ଆମୀର ୩, ଉସମାନ ସିନଓ୍ବାରୀ, ଓ୍ବାହାବ ରିୟାଜ, ଶଦାବ ଖାଁ ଓ ମହମ୍ମଦ ନଓ୍ବାଜ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ପାକିସ୍ତାନର ଅବିଦ ଅଲି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୫୦ ଓଭରରେ ୨୯୭/୯
(ଗୁଣତିଲକା- ୧୩୩, ଶନକା- ୪୩, ଥିରିମାନେ- ୩୬, ଭାନୁକା- ୩୬, ଆମୀର- ୩/୫୦)।
ପାକିସ୍ତାନ ୪୮.୨ ଓଭରରେ ୨୯୯/୫
(ଜମାନ- ୭୬, ଅବିଦ- ୭୪, ସୋହେଲ- ୫୬, ବାବର- ୩୧, ପ୍ରଦୀପ-୨/୫୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri