Posted inଖେଳ

ଦିନିକିଆ ସିରିଜ ଜିତିଲେ ଭାରତୀୟ ମହିଳା ପୁନମ, ମିଥାଲିଙ୍କ ଅର୍ଦ୍ଧଶତକ

ଭଦୋଦରା,୧୨।୧୦(ପି.ଟି.)- ଅଧିନାୟିକା ମିଥାଲି ରାଜ ଓ ପୁନମ ରାଉତଙ୍କ ଉପଯୋଗୀ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଭାରତୀୟ ମହିଳା ଦଳ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୨ ଓଭର ବାକି ରଖି ୫ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ଶୃଙ୍ଖଳାରେ ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ପୁନମ ରାଉତ୍‌ ପ୍ଳେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇନାହାନ୍ତି।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ମହିଳା ଦଳ ୫୦ ଓଭରରେ ୬ ଉଇକେଟ ହରାଇ ୨୪୭ ରନ ସଂଗ୍ରହ କରିଥିଲା। ଜବାବରେ ଭାରତ ୪୮ ଓଭରରେ ୫ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ମିଥାଲି ୬୬, ପୁନମ ୬୫ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ବେଳେ ହରମନପ୍ରୀତ କୌର ୩୯ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ସେହିପରି ଓପନର ପ୍ରିୟା ପୁନିଆ ୨୦, ଜେମିମା ରୋଡ୍ରିଗୁଏଜ୍‌ ୧୮ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଆୟାବୋଙ୍ଗା ଖାକା ୩, ଶବନିମ ଇସ୍‌ମାଇଲ ଓ ମାରିଜାନେ କାପ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଲଉରା ଉଲଭାର୍ଡଟ ସର୍ବାଧିକ ୬୯, ମିଗ୍‌ନନ ଡୁ ପ୍ରୀଜ ୪୪, ଲିଜେଲି ଲି ୪୦, ଲାରା ଗୁଡାଲ ୩୮, ଉଇକେଟକିପର ବ୍ୟାଟ୍ସଓମ୍ୟାନ ତ୍ରିସା ଚେଟ୍ଟୀ ୨୨, ଅଧିନାୟିକା ସୁନ ଲୁସ୍‌ ୧୨ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ମାରିଜାନେ କାପ୍‌ ୧୧ ଓ ଶବନିମ ଇସ୍‌ମାଇଲ ୧ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଭାରତ ପକ୍ଷରୁ ଦ୍ରୁତ ବୋଲର ଶିଖା ପାଣ୍ଡେ, ବାମହାତୀ ସ୍ପିନର ଏକତା ବିଷ୍ଟ ଓ ଲେଗ୍‌ ସ୍ପିନର ପୁନମ ଯାଦବ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୨୪୭/୬ (ଉଲଭାର୍ଡଟ- ୬୯, ପ୍ରିଜ- ୪୪, ଲି- ୪୦, ଗୁଡାଲ- ୩୮, ଚେଟ୍ଟୀ- ୨୨, ପାଣ୍ଡେ- ୨/୩୮, ବିଷ୍ଟ- ୨/ ୪୫, ପୁନମ ଯାଦବ- ୨/୪୨)।
ଭାରତ ୪୮ ଓଭରରେ ୨୪୮/୫ (ମିଥାଲି -୬୬, ପୁନମ ରାଉତ- ୬୫, ହରମନପ୍ରୀତ- ୩୯*, ଖାକା- ୩/୬୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri