Posted inଖେଳ

ଦିନେ ପିତାଙ୍କ କାନ୍ଧ ଉପରେ ବସି ସଚିନ..ସଚିନ… ଚିତ୍କାର କରୁଥିଲେ, ଆଜି ଭାଙ୍ଗିଲେ ତାଙ୍କ ରେକର୍ଡ

ନାଗପୁର, ୧୨।୧୧: ପଡିଆ ବାହାରେ ବସି ନିଜ ଆଦର୍ଶ ଖେଳାଳିଙ୍କୁ ଚିୟର୍‌ କରୁଥିବା ଜଣେ ପ୍ରଶଂସକ, ଦିନେ ତାଙ୍କ ରେକର୍ଡ ଭାଙ୍ଗିବେ ତାହା କେହି ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। କିନ୍ତୁ ଏମିତି କରି ଦେଖାଇଛନ୍ତି ୧୫ ବର୍ଷୀୟ ଶେଫାଳି ବର୍ମା। ୨୦୧୩ରେ ପିତାଙ୍କ କାନ୍ଧରେ ବସି ଆଦର୍ଶ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଶେଷ ରଣଜୀ ଟ୍ରଫି ମ୍ୟାଚ୍‌ ଦେଖିବାକୁ ଲାହଲିର ବଂଶୀଲାଲ ଷ୍ଟାଡିୟମ ଯାଇଥିଲେ ଶେଫାଳି। ଷ୍ଟାଡିୟମରେ ବସି ସଚିନଙ୍କ ଖେଳ ଦେଖି ସଚିନ..ସଚିନ ଚିତ୍କାର କରୁଥିବା ଶେଫାଳି ଆଜି ତାଙ୍କ ୩୦ ବର୍ଷ ରେକର୍ଡ ଭାଙ୍ଗିଛନ୍ତି। ଭାରତୀୟ ମହିଳା କ୍ରିକେଟ ଟିମ୍‌ ସେଣ୍ଟଲୁସିଆର ଡ୍ୟାରେନ୍‌ ସାମି ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ ଏବଂ ଦ୍ୱିତୀୟ ମ୍ୟାଚ୍‌ରେ ଚମକିଛନ୍ତି ଶେଫାଳି। ସେ ଲଗାତର ଦୁଇଟି ମ୍ୟାଚ୍‌ରେ ଅଦ୍ଧର୍ର୍ଶତକ ହାସଲ କରିଛନ୍ତି। ପ୍ରଥମ ମ୍ୟାଚ୍‌ରେ ସେ ମାତ୍ର ୪୯ଟି ବଲରୁ ୬ଟି ଚୌକା ଏବଂ ୪ଟି ଛକା ସହ ୭୩ରନ୍‌ ରନର ପାଳି ଖେଳିଥିବାବେଳେ ଦ୍ୱିତୀୟ ମ୍ୟାଚରେ ୪୪ଟି ବଲ୍‌ରୁ ୧୦ଟି ଚୌକା ଏବଂ ୨ଟି ଛକା ସହ ୬୯ରନର ପାଳି ଖେଳିଥିଲେ। ଏହାସହ ଭାରତର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୩୦ ବର୍ଷ ରେକର୍ଡ ଭାଙ୍ଗିଛନ୍ତି। ତେନ୍ଦୁଲକର ୧୬ ବର୍ଷ ୨୧୪ଦିନରେ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ଅର୍ଦ୍ଧଶତକ ହାସଲ କରିଥିବାବେଳେ ଶେଫାଳି ୧୫ ବର୍ଷ ୨୮୫ ଦିନରେ ଏହି କୃତିତ୍ୱ ହାସଲ କରିଛନ୍ତି। ହରିୟାଣା ବାସିନ୍ଦା ଶେଫାଳି ପୂର୍ବରୁ ମହିଳା ଟି୨୦ ଚ୍ୟାଲେଞ୍ଜରେ ଚତ୍ମକାର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବେ ବୋଲି ସେ କହିଛନ୍ତି। ଭାରତୀୟ ମହିଳା କ୍ରିକେଟରେ କେହି କେହି ତାଙ୍କୁ ଲେଡି ତେନ୍ଦୁଲକର କହିବା ଆରମ୍ଭ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri