Posted inଖେଳ

ଦିବାରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ପର୍ଥ,୧୫।୧୨(ଏଏଫ୍‌ପି)- ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ତା’ର ସ୍ଥିତି ଆହୁରି ମଜଭୁତ୍‌ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୪୬.୨ ଓଭରରେ ୪୧୬ ରନକରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ନ୍ୟୁଜିଲାଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ୫୫.୨ ଓଭରରେ ମାତ୍ର ୧୬୬ ରନ କରି ଅଲଆଉଟ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ୨୫୦ ରନର ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ଶନିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୫୭ ଓଭରରେ ୬ ଉଇକେଟ ହରାଇ ୧୬୭ ରନ ସଂଗ୍ରହ କରିଛି। ଫଳରେ ମୋଟ ଉପରେ ଅଷ୍ଟ୍ରେଲିଆ ଏବେ ୪୧୭ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମାଥ୍ୟୁ ଓ୍ବେଡ ୮ ଓ ପ୍ୟାଟ କୁମିନ୍ସ ୧ ରନ କରି ଅପରାଜିତ ରହିଛନ୍ତି। ଦ୍ୱିତୀୟ ଇନିଂସରେ ଅବଶ୍ୟ ଅଷ୍ଟ୍ରେଲିଆ ଆଶାନୁରୂପ ବ୍ୟାଟିଂ କରିପାରି ନ ଥିଲା। ଦଳ ତରଫରୁ ଓପନର ଜୋ ବନର୍‌ସ ୫୩ ଓ ମାର୍ନସ ଲାବୁସେନ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ଏହି କ୍ରମରେ ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ୧୯, ଷ୍ଟିଭ୍‌ ସ୍ମିଥ୍‌ ୧୬, ଟ୍ରାଭିସ ହେଡ ୫ ରନକରି ଆଉଟ ହୋଇଥିବା ବେଳେ ଅଧିନାୟକ ଟିମ୍‌ ପେନ୍‌ ଖାତା ଖୋଲିପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦି ସର୍ବାଧିକ ୪ ଓ ନିଲ ଓ୍ବାଗନର ୨ଟି ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୦୯/୫ରୁ ଖେଳ ଆରମ୍ଭ କରି ନ୍ୟୁଜିଲାଣ୍ଡ ଶନିବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ରସ ଟେଲର ୬୬ରୁ ଖେଳ ଆରମ୍ଭ କରି ୮୦ ରନ ଓ ବିଜେ ଓ୍ବାଟଲିଂ ଶୂନରୁ ଖେଳ ଆରମ୍ଭ କରି ୮ ରନ କରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ କଲିନ ଡି ଗ୍ରାଣ୍ଡହୋମ ୨୩, ମିଚେଲ ସାଣ୍ଟନର ୨, ସୌଦି ୮ ରନ କରି ଆଉଟ ହୋଇଥିବାବେଳେ ଲୋକି ଫର୍ଗସନ ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟେଲିଆ ତରଫରୁ ମିଚେଲ ଷ୍ଟାର୍କ ସର୍ବାଧିକ ୫, ସ୍ପିନର ନାଥନ ଲିୟନ ୨, ଜୋସ୍‌ ହାଜେଲଉଡ, ପ୍ୟାଟ କୁମିନ୍ସ ଓ ମାର୍ନସ ଲାବୁସେନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୪୬.୨ ଓଭରରେ ୪୧୬ ରନରେ ଅଲଆଉଟ।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୫୫.୨ ଓଭରରେ ୧୬୬ ଅଲଆଉଟ
(ରସ୍‌ ଟେଲର- ୮୦, କେନ୍‌ ଓ୍ବିଲିୟମସନ- ୩୪, କଲିନ ଡି ଗ୍ରାଣ୍ଡହୋମ- ୨୩, ମିଚେଲ ଷ୍ଟାର୍କ- ୫/୩୨, ନାଥନ ଲିୟନ- ୨/୪୮)।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୫୭ ଓଭରରେ ୧୬୭/୬
(ଜୋ ବନର୍‌ସ- ୫୩, ମାର୍ନସ ଲାବୁସେନ- ୫୦, ଟିମ ସୌଦି-୪/୬୩, ନିଲ ଓ୍ବାଗନର- ୨/୪୦)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri