Posted inଖେଳ

ଦିବା-ରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ପର୍ଥ, ୧୫।୧୨ (ଏଏଫ୍‌ପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦିବା-ରାତ୍ର ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୯୬ ରନର ବୃହତ୍‌ ବ୍ୟବଧାନରେ ଜିତି ନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୪୬୮ ରନର ବିଶାଳ ଟାର୍ଗେଟ୍‌କୁ ପିଛା କରି ନ୍ୟୁଜିଲାଣ୍ଡ ରବିବାର ମ୍ୟାଚ୍‌ର ୪ର୍ଥ ଦିବସରେ ଦ୍ୱିତୀୟ ଇନିଂସରେ ୧୭୧ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ବିଜୟ ସହ ଅଷ୍ଟ୍ରେଲିଆ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ଡିସେମ୍ବର ୨୬ରୁ ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଦ୍ୱିତୀୟ ମ୍ୟାଚ୍‌ ଆରମ୍ଭ ହେବ।
ରନରେ ଅଗ୍ରଣୀ ଲାଭ କରିଥିବା ଅଷ୍ଟ୍ରେଲିଆ ଶନିବାର ଖେଳ ଶେଷ ସୁଦ୍ଧା ୨ୟ ଇନିଂସରେ ୬ ଉଇକେଟ୍‌ ହରାଇ ୧୬୭ ରନ କରିଥିଲା। ରବିବାର ୨୧୭/୯ରେ ଦ୍ୱିତୀୟ ଇନିଂସ ଘୋଷଣା କରିବା ସହ ନ୍ୟୁଜିଲାଣ୍ଡ ସମ୍ମୁଖରେ ୪୬୮ ରନର ଏକ କଷ୍ଟସାଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ଘରୋଇ ଦଳର ୩ ବୋଲର ମିଚେଲ ଷ୍ଟାର୍କ (୪/୪୫), ଜୋଶ୍‌ ହାଜେଲଉଡ୍‌ (୨/୩୧) ଓ ନାଥନ ଲିୟନ (୪/୬୩)ଙ୍କ ବୋଲିଂକୁ ସାମ୍ନା କରି ନ ପାରି ନ୍ୟୁଜିଲାଣ୍ଡ ୬୫.୩ ଓଭରରେ ୧୭୧ ରନରେ ସୀମିତ ରହିଥିଲା। ବିଜେ ଓ୍ବାଟଲିଂ (୪୦) ଓ କଲିନ ଡି ଗ୍ରାଣ୍ଡହୋମ୍‌ (୩୩)ଙ୍କୁ ଛାଡ଼ିଦେଲେ ଅନ୍ୟକୌଣସି କିଓ୍ବି ବ୍ୟାଟ୍ସମ୍ୟାନ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ। ଏହି ଦିବା-ରାତ୍ର ପିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରେ ପୂର୍ବରୁ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ମାର୍ନସ ଲାବୁସେନ (୧୪୩)ଙ୍କ ଶତକ ବଳରେ ୪୧୬ ରନ କରିଥିଲା। ଜବାବରେ ରସ୍‌ ଟେଲର (୮୦)ଙ୍କ ଉପଯୋଗୀ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୬୬ ରନରେ ସୀମିତ ରହିଥିଲା। ମ୍ୟାଚରେ ମୋଟ୍‌ ୯ ଉଇକେଟ୍‌ ନେଇଥିବା ଷ୍ଟାର୍କ ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri