ଦିବ୍ୟସିଂହପୁରରେ ଭିନ୍ନ ପରମ୍ପରା: ଗୋଟିଏ ଦିନ ପରେ ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ ଦିବ୍ୟସିଂହପୁର ଗାଁରେ ଶିବପାର୍ବତୀଙ୍କ ବିବାହର ଏକ ଭିନ୍ନ ପରମ୍ପରା ରହିଛି। ଏଠାରେ ନିର୍ଦ୍ଧାରିତ ଦିନକ ପରେ ଶିବପାର୍ବତୀଙ୍କ ବିବାହ ଅନୁଷ୍ଠିତ ହୋଇଥାଏ। ତେଣୁ ସବୁଆଡେ ଗୁରୁବାର ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଥିବା ବେଳେ ଶୁକ୍ରବାର ଏଠାରେ ବିବାହ ହୋଇଛି। ଏହି ପରିପ୍ରେକ୍ଷୀରେ ଗୋଧୂଳି ଲଗ୍ନରେ କନ୍ୟା ବିଦାୟ ନୀତି ଅନୁଷ୍ଠିତ ହୋଇଥିଲା। ଏହାପରେ ଦେବଦମ୍ପତି ନଗର ପରିକ୍ରମା କରି ଗ୍ରାମବାସୀଙ୍କୁ ଦର୍ଶନ ଦେଇଥିଲେ। ରାଧାଗୋବିନ୍ଦ ତ୍ରିପାଠୀ ବର ପିତା ଓ ବାସୁଦେବ ମିଶ୍ର କନ୍ୟା ପିତା ଭାବେ ଦାୟିତ୍ୱ ସମ୍ପର୍ଣ୍ଣ କରିଥିଲେ। ପୁରୋହିତ ପୂର୍ଣ୍ଣଚନ୍ଦ୍ର ଶତପଥି ବିବାହ କାର୍ଯ୍ୟ କରିଥିଲେ। ନଗର ପରିକ୍ରମା ପରେ ଅସ୍ଥାୟୀ ମଣ୍ଡପରେ ଶିବପାର୍ବତୀ ଆରୂଢ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ରାତିରେ ନିଜସ୍ବ ମନ୍ଦିରକୁ ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri