ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଖେଳକୁଦ ପ୍ରତିଯୋଗିତା

ବାରିପଦା ଅଫିସ,୧୬ା୧୧- ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ନିର୍ଦ୍ଦେଶମତେ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଲକ୍ଷ୍ମୀପୋଷିସ୍ଥିତ ସ୍ବତନ୍ତ୍ର ଅନ୍ଧ ଓ ବଧିର ବିଦ୍ୟାଳୟର ଖେଳପଡିଆରେ ମୟୂରଭଞ୍ଜ ଜିଲାର ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କ ଏକ ଜିଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା-୨୦୧୯ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନୀତ ଭରଦ୍ୱାଜ ପତାକା ଉତ୍ତୋଳନ କରି ଏହି ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ। ଉଦ୍‌ଘାଟନୀ ସମାରୋହରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ନରେଶ ଚନ୍ଦ୍ର ବିନ୍ଧାଣୀ, ଜିଲା କ୍ରୀଡ଼ା ଅଧିକାରୀ ଭୋଜରାଜ ମହାପାତ୍ର, ସମସ୍ତ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଓ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧି ଉପସ୍ଥିତ ଥିଲେ ା
ଜିଲାର ସମସ୍ତ ସ୍ବତନ୍ତ୍ର ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଓ ସାଧାରଣ ବିଦ୍ୟାଳୟର କେତେକ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଏହି ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ ଜିଲାର ବିଭିନ୍ନ ହାଇସ୍କୁଲର ଖେଳ ଶିକ୍ଷକ, ଲକ୍ଷ୍ମୀପୋଷି ସ୍ବତନ୍ତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ, କର୍ମଚାରୀମାନେ ପ୍ରତିଯୋଗିତା ପରିଚାଳନା ଦାୟିତ୍ୱ ନିର୍ବାହ କରିଥିଲେ। ଉଦ୍‌ଯାପନୀ ସମାରୋହରେ ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ରୀଡ଼ା ପତାକାକୁ ଅବତରଣ କରି କୃତୀ ପ୍ରତିଯୋଗୀମାନଙ୍କୁ ଆର୍ଥତ୍କ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri