Posted inଅପରାଧ

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ

ପାଟଣା,୧୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡା ପଞ୍ଚାୟତ ଦାନୁଆ ଟାଙ୍ଗରପଡା ଅଞ୍ଚଳର ଜଣେ ୨୮ ବର୍ଷୀୟ ଯୁବକଙ୍କୁ ମଙ୍ଗଳବାର ପାଟଣା ପୋଲିସ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବିନୋଦ ନାୟକ। ଏନେଇ ପାଟଣା ଥାନାରେ ଏକ ମାମଲା (ନଂ.୧୨୧/୧୯) ରୁଜୁ ହୋଇଥିବା ଘଟଗାଁ ଏସଡିପିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି। ଅଭିଯୋଗ ଅନୁଯାୟୀ ଗତ ଫେବୃୟାରୀ ମାସରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବିନୋଦ ବଳାତ୍କାର କରିବାରୁ ନାବାଳିକା ଜଣକ ୬ମାସର ଗର୍ଭବତୀ ହୋଥିଲେ। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପିଡିତାଙ୍କ ଡାକ୍ତରୀ ପରୀକ୍ଷା ପରେ ମଙ୍ଗଳବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ…

ଗାଧୋଇ ଯିବାବେଳେ ଯୁବକଙ୍କୁ ପକାଇଥିଲେ କଟୁରି ଚୋଟ, ଆଜି ଜେଲ୍‌ ଗଲେ

ଦିଗପହଣ୍ଡି,୨୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ବଡ଼ସାହିର ଦୀପକ ସେଠୀଙ୍କ କଟୁରି ଚୋଟରେ ପଡ଼ୋଶୀ ଡି.ବିଜୟ(୪୫) ମଙ୍ଗଳବାର ସକାଳେ ଗୁରୁତର ହୋଇଥିଲେ। ପୂର୍ବାହ୍ନ…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

୧୬ ଦିନର ଛାତିଥରା ଘଟଣା… ନାବାଳିକାଙ୍କୁ ଅପହଣ ପରେ ନିଶା ଇଞ୍ଜେକ୍ସନ ଦେଇ ଗଣବଳାତ୍କାର, ପ୍ରତିବାଦ କରିବାରୁ ସିଗାରେଟ ଚେଙ୍କ

ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri