ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପରିଡା(କୁନା)।
ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଅନୁଷ୍ଠିତ ଦିପୋଟି ମେଳଣ ଜମାଣ ଦେଖିବାକୁ ଗୁରୁବାର ରାତିରେ ନାବାଳିକା ଜଣକ ତାଙ୍କ ବାପାଙ୍କ ସହ ଯାଇଥିଲେ। ରାତି ପ୍ରାୟ ୨ଟା ରେ ନାବାଳିକା ଜଣକ ଚାଟ ଖାଇବା ପାଇଁ ବାପାଙ୍କଠାରୁ ଟଙ୍କା ନେଇ ଦୋକାନକୁ ଯାଇଥିଲେ। ଝିଅର ଫେରିବାରେ ବିଳମ୍ବ ହେବାରୁ ତାଙ୍କ ବାପା ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। କିଛି ସମୟ ପରେ ନାବାଳିକା ଜଣକ ମେଳଣ ପଡିଆର ଗଣେଶ ମନ୍ଦିର ପଟୁ ଆସୁଥିବା ବେଳେ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ନାବାଳିକା ଜଣକ କଥା କହିପାରୁ ନ ଥିବା ବେଳେ କାନକୁ ଶୁଭୁ ନ ଥିଲା। ଠାରରେ ତାଙ୍କ ଗ୍ରାମର ଯୁବକ ତାଙ୍କୁ ବଳାତ୍କାର କରିଥିବା ଜଣାଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ସମ୍ପୃକ୍ତ ଯୁବକଙ୍କୁ ଧରିଥିଲେ। ଏ ନେଇ ନାବାଳିକାଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୬୧/୨୦)ରୁଜୁକରି କୁନାଙ୍କୁ ଗିରଫ କରିଛି। ଅନ୍ୟପକ୍ଷରେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି ବୋଲି ଯାଦବ ମହାସଂଘ ଦାବି କରିଛି। ୨୪ଘଣ୍ଟା ମଧ୍ୟରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଧରା ନ ଯାଏ ମହାସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏ ସମ୍ପର୍କରେ ଆଇଆଇସି ବିଜୟ କୁମାର ମଲ୍ଲିକ କୁହନ୍ତି, ଅଭିଯୋଗକୁ ଭିତ୍ତିକରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇଛି। ଗଣବଳାତ୍କାର ହୋଇଛି କି ନାହିଁ ତଦନ୍ତ ପରେ ଜଣାପଡିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri