ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରି ଚର୍ଚ୍ଚାରେ ଟ୍ରାଫିକ କନେଷ୍ଟବଳ

ବାରିପଦା ଅଫିସ,୧୯ା୯- ନୂତନ ମୋଟର ଯାନ ଆଇନ ଆସିବା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ କିଛି ଦିନ ହେବ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ବହୁତ ତତ୍ପରତା ଦେଖାଉଛନ୍ତି। ଏଥିପାଇଁ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଏଥିଯୋଗୁଁ ପୋଲିସର ଭାବମୂର୍ତ୍ତି ନଷ୍ଟ ହେଉଥିବା ବେଳେ କେତେକ ପୋଲିସ କର୍ମଚାରୀ ସେମାନଙ୍କ ମନୋଭାବ ପରିବର୍ତ୍ତନ କରୁ ନାହାନ୍ତି। ଅନ୍ୟପକ୍ଷେ କିଛି ପୋଲିସ କର୍ମଚାରୀ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ପ୍ରଶଂସିତ ମଧ୍ୟ ହେଉଛନ୍ତି। ବାରିପଦା ସହରର ବ୍ୟସ୍ତବହୁଳ ତକତପୁର ଛକ ତଥା ଜାତୀୟ ରାଜପଥ ନଂ. ୧୮ରେ ଜଣେ ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରାଇବାରେ ସହଯୋଗ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ ଟ୍ରାଫିକ ପୋଲିସ କର୍ମଚାରୀ। ଏହି କର୍ମଚାରୀଙ୍କ ନାମ ସୁଦୀପ ମହାନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟିଛି। ଜନବହୁଳ ଏହି ରାସ୍ତାରେ ସବୁବେଳେ ଭରିଯାନ ଚଲାଚଳ କରେ। ରାସ୍ତା ଖରାପ ଥିବାରୁ ଜଣେ ବ୍ୟକ୍ତିଙ୍କୁ ରାସ୍ତା ପାର ହେବା ପାଇଁ ବହୁ ସାବଧାନତା ଅବଲମ୍ବନ କରିବାକୁ ପଡେ। ତେବେ ଟ୍ରାଫିକ କର୍ମଚାରୀ ସୁଦୀପଙ୍କ କହିବା ମୁତାବକ ଦିନ ପ୍ରାୟ ୧୧.୩୦ ବେଳେ ଜଣେ ଦିବ୍ୟାଙ୍ଗ ମହିଳା ବାରମ୍ବାର ରାସ୍ତା ପାର ହେବାକୁ ଉଦ୍ୟମ କରିଥିଲେ। ବହୁ ଚେଷ୍ଟା ସତ୍ତ୍ୱେ ରାସ୍ତା ପାର ହୋଇ ନ ପାରି ଫେରି ଆସୁଥିଲେ। ଏମିତି ଅଧଘଣ୍ଟା ଧରି ବୃଦ୍ଧା ଜଣକ ଉଦ୍ୟମ କରି ବିଫଳ ହୋଇ ରାସ୍ତା କଡରେ ଠିଆ ହୋଇ ରହିଥିଲେ। ଏହି ଘଟଣାକୁ ଦୀର୍ଘ ସମୟ ଅନୁଧ୍ୟାନ କରିବା ପରେ ସୁଦୀପ ତୁରନ୍ତ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କରିଥିଲେ। ରାସ୍ତାରେ ଗାଡ଼ି ଅଟକାଇ ତାଙ୍କୁ ରାସ୍ତା ପାର କରାଇଥିଲେ। ଲୋକଙ୍କ ସେବା କରିବା ହିଁ ପୋଲିସ ବିଭାଗର ପ୍ରଥମ କାର୍ଯ୍ୟ ବୋଲି ସୁଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri