ଦିବ୍ୟାଙ୍ଗ ମହିଳାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ଏକ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୭ ବର୍ଷ ଜେଲ ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଉଛନ୍ତି ବିଶୋଇ ଥାନା ଅଞ୍ଚଳର ଚୈତନ୍ୟ ବେହେରା। ମାମଲାର ବିବରଣୀ ଅନୁଯାୟୀ, ୨୦୧୭ ଡିସେମ୍ବର ୧୨ ତାରିଖ ଅପରାହ୍ନରେ ବିଶୋଇ ଥାନା ଅଞ୍ଚଳର ଜନୈକା ୩୦ ବର୍ଷୀୟା ଦିବ୍ୟାଙ୍ଗ ମହିଳା ନିକଟସ୍ଥ ଜଙ୍ଗଲକୁ କାଠ ସଂଗ୍ରହ କରିବା ପାଇଁ ଯାଇଥିଲେ। ତାଙ୍କୁ ଏକୁଟିଆ ପାଇ ଅଭିଯୁକ୍ତ ଚୈତନ୍ୟ ବଳାତ୍କାର କରିଥିବା ପୀଡିତାଙ୍କ ମା’ ବିଶୋଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୬୮/୨୦୧୭) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri