ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଅଭିଯୋଗରୁ ପ୍ରକାଶ ଯେ, ରବିବାର ସକାଳ ୭ଟାରେ ସମ୍ପୃକ୍ତା ଦିବ୍ୟାଙ୍ଗ ଯୁବତୀ ଗାଧୋଇ ଯାଉଥିବାବେଳେ ୫ଜଣ ଯୁବକ ତାଙ୍କୁ ୩ କି.ମି. ଦୂର ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଦୀର୍ଘ ସମୟ ଧରି ଯୁବତୀ ଜଣକ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରି ନିରାଶ ହୋଇଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ଅପରାହ୍ନ ୪ଟାରେ ଯୁବତୀଙ୍କୁ ଏକ ମହୁଲଗଛ ମୂଳରୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରିଥିଲେ। ତେବେ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବା ପାଇଁ ଅଭିଯୁକ୍ତମାନେ ଧମକ ଦେଇଥିବାରୁ ଭୟରେ ପରିବାର ଲୋକେ ଥାନାରେ ଅଭିଯୋଗ କରି ନ ଥିଲେ। କିନ୍ତୁ ବୁଧବାର ଯୁବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବା ସହ ଛେଣ୍ଡିପଦା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା।  ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଡାକ୍ତରଖାନା ଯାଇ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ତାଙ୍କ ବୟାନ ରେକର୍ଡ କରିଥିଲେ। ପୀଡିତାଙ୍କ ଡାକ୍ତରୀମାଇନା ସହ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri