ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଅଭିଯୋଗରୁ ପ୍ରକାଶ ଯେ, ରବିବାର ସକାଳ ୭ଟାରେ ସମ୍ପୃକ୍ତା ଦିବ୍ୟାଙ୍ଗ ଯୁବତୀ ଗାଧୋଇ ଯାଉଥିବାବେଳେ ୫ଜଣ ଯୁବକ ତାଙ୍କୁ ୩ କି.ମି. ଦୂର ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଦୀର୍ଘ ସମୟ ଧରି ଯୁବତୀ ଜଣକ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରି ନିରାଶ ହୋଇଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ଅପରାହ୍ନ ୪ଟାରେ ଯୁବତୀଙ୍କୁ ଏକ ମହୁଲଗଛ ମୂଳରୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରିଥିଲେ। ତେବେ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବା ପାଇଁ ଅଭିଯୁକ୍ତମାନେ ଧମକ ଦେଇଥିବାରୁ ଭୟରେ ପରିବାର ଲୋକେ ଥାନାରେ ଅଭିଯୋଗ କରି ନ ଥିଲେ। କିନ୍ତୁ ବୁଧବାର ଯୁବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବା ସହ ଛେଣ୍ଡିପଦା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା।  ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଡାକ୍ତରଖାନା ଯାଇ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ତାଙ୍କ ବୟାନ ରେକର୍ଡ କରିଥିଲେ। ପୀଡିତାଙ୍କ ଡାକ୍ତରୀମାଇନା ସହ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri