Posted inଖେଳ

ଦିବ୍ୟା, ପିଙ୍କି, ସରିତାଙ୍କୁ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଭାରତୀୟ ରେସ୍‌ଲର ଦିବ୍ୟା କାକ୍ରାନ, ପିଙ୍କି ଓ ସରିତା ମୋର୍‌ ଏଠାରେ ଚାଲିଥିବା ଏସିଆନ ମହିଳା ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିର୍ମଳା ଦେବୀ ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଛନ୍ତି। ୫ ଜଣ ରେସଲ୍‌ରଙ୍କୁ ନେଇ ଅନୁଷ୍ଠିତ ୬୮ କେଜି କାଟେଗୋରି ଇଭେଣ୍ଟରେ ଦିବ୍ୟା ବିଶ୍ୱ ଜୁନିୟର ଚାମ୍ପିୟନ ଜାପାନର ନାହୁହା ମାତ୍‌ ସୁୟୁକିଙ୍କ ସମେତ ତାଙ୍କର ସମସ୍ତ ୪ଟି ବାଉଟ୍‌ରେ ବିଜୟ ହାସଲ କରିଛନ୍ତି। ପ୍ରତିଯୋଗିତା ରାଉଣ୍ଡ ରବିନ ଫର୍ମାଟରେ ହେଉଛି। ଏସିଆନ ଚାମ୍ପିୟନଶିପ୍‌ରେ ଏକ ସ୍ବର୍ଣ୍ଣ ପଦକ ହାସଲ କରିବାରେ ନବଜୋତ କୌର ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ରେସ୍‌ଲର। ସେ ୨୦୧୮ ବିଶ୍‌କେକ୍‌ଠାରେ ୬୫ କେଜି କାଟେଗୋରିରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ତାଙ୍କ ପରେ ଏଠାରେ ଦିବ୍ୟା, ପିଙ୍କି ଓ ସରିତା ସ୍ବର୍ଣ୍ଣ ପଦକ ପାଇଛନ୍ତି। ପିଙ୍କି ମହିଳା ୫୫କେଜି ଫାଇନାଲରେ ମଙ୍ଗୋଲିଆର ଡୁଲ୍‌ଗୁନ୍‌ ବୋଲରମାଙ୍କୁ ୨-୧ରେ ହରାଇ ଦେଇଥିଲେ। ୫୦କେଜି କାଟେଗୋରି ଫାଇନାଲରେ ନିର୍ମଳା ଅଳ୍ପକେ ଜାପାନର ମିହୋ ଇଗାରାସିଙ୍କଠାରୁ ୨-୩ରେ ହାରି ସ୍ବର୍ଣ୍ଣରୁ ବଞ୍ଚତ୍ତ ହୋଇଥିଲେ। ଗୁରୁବାର ୫୯କେଜି କାଟେଗୋରି ଫାଇନାଲରେ ସରିତା ମଙ୍ଗୋଲିଆର ବାଟ୍‌ସେଟ୍‌ସେଗ୍‌ ଆଟ୍‌ଲାଣ୍ଟସେଟସେଗ୍‌ଙ୍କ ବିପକ୍ଷ ମୁକାବିଲା ୩-୨ରେ ବିଜୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?