Posted inଜାତୀୟ

ଦିଲ୍ଲୀକୁ ଘାରିଛି ଗଞ୍ଜେଇ ନିଶା: ଏବିସିଡି ସର୍ଭେ ତାଲିକାରେ ତୃତୀୟ ସ୍ଥାନ; ମୁମ୍ବାଇ ୬ଷ୍ଠରେ

ନୂଆଦିଲ୍ଲୀ,୧୦।୯: ଦିଲ୍ଲୀ ଗଞ୍ଜେଇ ନିଶା ବ୍ୟବହାରରେ ପୃଥିବୀରେ ତୃତୀୟ ସ୍ଥାନ ହାସଲ କରିଛି। ସେହିପରି ମାୟାନଗରୀ ମୁମ୍ବାଇ ପ୍ରକାଶିତ ଏକ ତାଲିକାରେ ଗଞ୍ଜେଇ ନିଶା ବ୍ୟବହାରରେ ୬ଷ୍ଠ ସ୍ଥାନରେ ରହିଛି। ଗଞ୍ଜେଇ ବ୍ୟବହାର ବୃଦ୍ଧି ପାଉଥିବା ପୃଥିବୀର ପ୍ରମୁଖ ସହର ଉପରେ ଜର୍ମାନୀ କମ୍ପାନୀ ଏବିସିଡି ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ତାଲିକାର ପ୍ରଥମ ୧୦ଟି ସହର ମଧ୍ୟରେ ଭାରତର ୨ ମୁଖ୍ୟ ସହର ରହିଛନ୍ତି। ଏହି ତାଲିକାର ପ୍ରଥମ ସ୍ଥାନରେ ଆମେରିକା ସହର ନ୍ୟୁୟର୍କ ରହିଛି। ଏଠାରେ ବର୍ଷ ପିଛା ୭୭.୪୪ ମେଟ୍ରିକ୍‌ ଟନ୍‌ ଗଞ୍ଜେଇ ବ୍ୟବହାର ହୋଇଥାଏ। ସେହିପରି ତାଲିକାର ଦ୍ୱିତୀୟ ସ୍ଥାନରେ ପାକିସ୍ତାନର କରାଚୀ ରହିଛି। ଏଠାରେ ବାର୍ଷିକ ୪୧.୯୫ ମେଟ୍ରିକ୍‌ ଟନ୍‌ ଗଞ୍ଜେଇ ବ୍ୟବହାର କରାଯାଇଥାଏ। ତୃତୀୟ ସ୍ଥାନରେ ଥିବା ଦିଲ୍ଲୀରେ ବାର୍ଷିକ ୩୮.୨୬ ମେଟ୍ରିକ୍‌ ଟନ୍‌ ଗଞ୍ଜେଇ ବ୍ୟବହୃତ ହେଉଥିବା ରିପୋର୍ଟରେ ଦର୍ଶାଯାଇଛି। ଏହା ତଳକୁ ଚତୁର୍ଥ ସ୍ଥାନରେ ଥିବା ଆମେରିକାର ଲସ୍‌ ଏଞ୍ଜେଲସ୍‌ରେ ୩୬.୦୬ ମେଟ୍ରିକ୍‌ ଟନ୍‌, ପଞ୍ଚମ ସ୍ଥାନରେ ଥିବା ଇଜିପ୍ଟର କାଏରୋରେ ୩୨.୫୯ ମେଟ୍ରିକ୍‌ ଟନ୍‌ ଏବଂ ୬ଷ୍ଠ ସ୍ଥାନରେ ଥିବା ମୁମ୍ବାଇରେ ବାର୍ଷିକ ୩୨.୩୮ ମେଟ୍ରିକ୍‌ ଟନ୍‌ ଗଞ୍ଜେଇ ବ୍ୟବହାର ହେଉଥିବା ତାଲିକାରେ ପ୍ରକାଶ ପାଇଛି। ତାଲିକାର ୧୦ମ ସ୍ଥାନରେ କାନାଡ଼ାର ଟରାଣ୍ଟୋ ରହିଛି। ଏଠାରେ ବାର୍ଷିକ ୨୨.୭୫ ମେଟ୍ରିକ୍‌ ଟନ୍‌ ଗଞ୍ଜେଇ ବ୍ୟବହାର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri