ଦିଲ୍ଲୀରୁ ଫେରିଲେ ମୋକିମ: କହିଲେ ସଂଗଠନ ସୁଦୃଢ଼ ହେବା ନେଇ ଆଲୋଚନା ହୋଇଛି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବଦଳିବେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯାଇ ଫେରିବା ପରେ ଏଭଳି କିଛି ଆଭାସ ମିଳିଛି। ଗସ୍ତ ନେଇ ପ୍ରତିକ୍ରିୟା ରଖି ମୋକିମ କହିଛନ୍ତି, ଦିଲ୍ଲୀ ନିର୍ବାଚନ ପରେ ସଂଗଠନକୁ ନେଇ ଏଆଇସିସି ଚିନ୍ତାରେ ରହିଛି। ଏନେଇ ବିଚାରବିମର୍ଶ କରାଯାଉଛି। ସେହିଭଳି ଓଡ଼ିଶାର ସଂଗଠନ କିଭଳି ସୁଦୃଢ଼ ହେବ ସେ ନେଇ ମତାମତ ନିଆଯାଉଛି। ଏଆଇସିସି ସଂଗଠନ ସମ୍ପାଦକଙ୍କ ସହ ଭେଟ ହୋଇଛି। ସଂଗଠନ ସୁଦୃଢ଼ ନେଇ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି।

ସାଧାରଣ ନିର୍ବାଚନ ପରଠାରୁ ରାଜ୍ୟରେ ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବାକୁ ଦାବି ଜୋର ଧରିଛି। ବିଭିନ୍ନ ସମୟରେ ରାଜ୍ୟ କଂଗ୍ରେସର ମାଳମାଳ ନେତା ଦିଲ୍ଲୀ ଯାଇ ନିରଞ୍ଜନଙ୍କୁ ହଟାଇବା ଲାଗି ଏଆଇସିସିର ବରିଷ୍ଠ ନେତାମାନଙ୍କ ପାଖରେ ଦାବି କରିଆସୁଛନ୍ତି। ଏପରିକି ସୋନିଆ ଗାନ୍ଧୀଙ୍କୁ ମଧ୍ୟ ଏଥିପାଇଁ ବାରମ୍ବାର ଓଡ଼ିଶା ନେତା ଭେଟୁଛନ୍ତି।

ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପରେ ନିରଞ୍ଜନଙ୍କୁ ଚାରିଆଡୁ ବିରୋଧ ହେବାପରେ ସୋନିଆ ରାଜ୍ୟ କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ। ମାତ୍ର ପିସିସି ସଭାପତି ଏବଂ ରାଜ୍ୟର ଦୁଇ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦାୟିତ୍ୱରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ପର୍ଯ୍ୟନ୍ତ ଦଳର କୌଣସି କମିଟି ଗଠନ ହୋଇପାରି ନାହିଁ। ଅନ୍ୟପକ୍ଷରେ ମିଳିଥିବା ସୂଚନା ମୁତାବକ କେବଳ ଓଡିଶା ନୁହେଁ ବରଂ ଅନ୍ୟ କେତୋଟି ରାଜ୍ୟରୁ ମଧ୍ୟ ନେତାଙ୍କୁ ଏଆଇସିସି ପକ୍ଷରୁ ଡକାଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri