ଦିଲ୍ଲୀରୁ ଫେରିଲେ ମୋକିମ: କହିଲେ ସଂଗଠନ ସୁଦୃଢ଼ ହେବା ନେଇ ଆଲୋଚନା ହୋଇଛି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବଦଳିବେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯାଇ ଫେରିବା ପରେ ଏଭଳି କିଛି ଆଭାସ ମିଳିଛି। ଗସ୍ତ ନେଇ ପ୍ରତିକ୍ରିୟା ରଖି ମୋକିମ କହିଛନ୍ତି, ଦିଲ୍ଲୀ ନିର୍ବାଚନ ପରେ ସଂଗଠନକୁ ନେଇ ଏଆଇସିସି ଚିନ୍ତାରେ ରହିଛି। ଏନେଇ ବିଚାରବିମର୍ଶ କରାଯାଉଛି। ସେହିଭଳି ଓଡ଼ିଶାର ସଂଗଠନ କିଭଳି ସୁଦୃଢ଼ ହେବ ସେ ନେଇ ମତାମତ ନିଆଯାଉଛି। ଏଆଇସିସି ସଂଗଠନ ସମ୍ପାଦକଙ୍କ ସହ ଭେଟ ହୋଇଛି। ସଂଗଠନ ସୁଦୃଢ଼ ନେଇ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି।

ସାଧାରଣ ନିର୍ବାଚନ ପରଠାରୁ ରାଜ୍ୟରେ ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବାକୁ ଦାବି ଜୋର ଧରିଛି। ବିଭିନ୍ନ ସମୟରେ ରାଜ୍ୟ କଂଗ୍ରେସର ମାଳମାଳ ନେତା ଦିଲ୍ଲୀ ଯାଇ ନିରଞ୍ଜନଙ୍କୁ ହଟାଇବା ଲାଗି ଏଆଇସିସିର ବରିଷ୍ଠ ନେତାମାନଙ୍କ ପାଖରେ ଦାବି କରିଆସୁଛନ୍ତି। ଏପରିକି ସୋନିଆ ଗାନ୍ଧୀଙ୍କୁ ମଧ୍ୟ ଏଥିପାଇଁ ବାରମ୍ବାର ଓଡ଼ିଶା ନେତା ଭେଟୁଛନ୍ତି।

ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପରେ ନିରଞ୍ଜନଙ୍କୁ ଚାରିଆଡୁ ବିରୋଧ ହେବାପରେ ସୋନିଆ ରାଜ୍ୟ କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ। ମାତ୍ର ପିସିସି ସଭାପତି ଏବଂ ରାଜ୍ୟର ଦୁଇ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦାୟିତ୍ୱରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ପର୍ଯ୍ୟନ୍ତ ଦଳର କୌଣସି କମିଟି ଗଠନ ହୋଇପାରି ନାହିଁ। ଅନ୍ୟପକ୍ଷରେ ମିଳିଥିବା ସୂଚନା ମୁତାବକ କେବଳ ଓଡିଶା ନୁହେଁ ବରଂ ଅନ୍ୟ କେତୋଟି ରାଜ୍ୟରୁ ମଧ୍ୟ ନେତାଙ୍କୁ ଏଆଇସିସି ପକ୍ଷରୁ ଡକାଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?