ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ)-  ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍‌ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍‌ଏଚ୍‌ଏସ୍‌ଆର୍‌ସି)ରେ ଜଣେ ସିନିୟର କନ୍‌ସଲଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। କିଛିଦିନ ତଳେ ଅସୁସ୍ଥ ଅନୁଭବ କରିବା ସହ ତାଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ଗତ ୧୬ ତାରିଖରେ ଦୀପଚାନ୍ଦ ବନ୍ଧୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନମୁନା ପଜିଟିଭ୍‌ ଆସିବାରୁ ସେଠାରୁ ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ୧୯ ତାରିଖରେ ତାଙ୍କ ଶରୀରରେ ହିମୋଗ୍ଲୋବିନ ମାତ୍ରା ଅନିୟନ୍ତ୍ରିତ ଭାବେ ବଢ଼ିଯାଇଥିଲା। ଶନିବାର ସକାଳେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଯିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ପୂର୍ବାହ୍ନ ୧୧ଟାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ହସ୍ପିଟାଲ ପକ୍ଷରୁ ଘୋଷଣା କରାଯାଇଥିଲା। ଅନ୍ୟପକ୍ଷରେ ତାଙ୍କ ସ୍ତ୍ରୀ ଓ ଦୁଇ ଜାଆଁଳା ଝିଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱର କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri