ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ରାଶନ ସାମଗ୍ରୀ ବଣ୍ଟନ

ରୂପ୍‌ସା, ୨୭।୪(ଡି.ଏନ.ଏ.): ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନ୍‌ରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଛନ୍ତି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା ଦିଗରେ ରାତିଦିନ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପ୍ରଶାସନିକ ଅଧିକାରୀ ଓ ସମାଜସେବୀ ପ୍ରମୁଖ ଆଗେଇ ଆସିଛନ୍ତି। ଅସହାୟ, ନିରାଶ୍ରୟ ଓ ବେରୋଜଗାରୀମାନଙ୍କୁ ବିଭିନ୍ନ ଖାଦ୍ୟ ଓ ରାଶନ ସାମଗ୍ରୀ ଯୋଗାଣ ହେଉଛି। ଏଭଳି ବିପତ୍ତି ସମୟରେ ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ବହୁ ଓଡ଼ିଆ ଶ୍ରମିକଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରାଯାଇଛି। ହରିୟାଣାର ବାହାଦୂରଗଡ଼ ଜଗନ୍ନାଥ ପରିସରରେ ଶ୍ରୀ ଶ୍ରୀ ଜଗନ୍ନାଥ ସେବା ସଂସ୍ଥାର କର୍ମକର୍ତ୍ତା ଭୂପତି ପରିଡ଼ା, ରମେଶ ଦାସ, ଅମର ବେହୁରିଆ, ଅଜୟ ବେହେରା, ପ୍ରଦୀପ ମଲିକ ଓ କିଶୋର ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓଡ଼ିଆ ଶ୍ରମିକଙ୍କୁ ୧୬୩ଟି ରାଶନ ସାମଗ୍ରୀ ପ୍ୟାକେଟ୍‌ ବଣ୍ଟନ କରାଯାଇଛି। ଏହି ଅବସରରେ ପ୍ରବାସୀ ଓଡ଼ିଆମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଓଡ଼ିଆ ସମାଜର ହିରଣ୍ୟ ମହାନ୍ତି, ସୁନ୍ଦର ଓଡ଼ିଶାର ସଂସ୍ଥାପକ ସଂଗ୍ରାମ ଧର, ଦେବରାଜ ମହାନ୍ତି, ରମେଶ ଲେଙ୍କା ଓ ଶ୍ରୀମନ୍ତ ବିଶ୍ୱାଳଙ୍କୁ ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri