Posted inଖେଳ

ଦିଲ୍ଲୀରେ ଖେଳାଯାଇପାରିବ ନାହିଁ ଆଇପିଏଲ

ନୂଆଦିଲ୍ଲୀ,୧୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ଉପରେ କଳା ବାଦଲ ଛାଇ ହୋଇଯାଇଛି। କରୋନା ଭାଇରସ ଯୋଗୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲ ଆୟୋଜନ ନ କରିବାକୁ ପରାମର୍ଶ ଦିଆଯାଇଥିବାବେଳେ ବର୍ତ୍ତମାନ ପରିସ୍ଥିତିକୁ ନଜରରେ ରଖି ଆଇପିଏଲ ୧୩କୁ ଘୁଞ୍ଚାଇ ଦିଆଯାଇଛି। ବର୍ତ୍ତମାନ ଏପ୍ରିଲ ୧୫ ତାରିଖରେ ଆଇପିଏଲ-୧୩ ଆରମ୍ଭ ହେବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ମାରାତ୍ମକ କରୋନା ଭାଇରସକୁ ବ୍ୟାପିବାରୁ ରୋକିବା ଲାଗି ଦିଲ୍ଲୀ ସରକାର ଶୁକ୍ରବାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଦେଶରେ ରାଜଧାନୀରେ କୌଣସି ବଡ଼ ଇଭେଣ୍ଟ ଆୟୋଜନ ହୋଇପାରିବ ନାହିଁ ବୋଲି ଉପ ମୁଖ୍ୟମନ୍ତ୍ରୀ ମନୀଷ ସିଶୋଡିଆ କହିଛନ୍ତି। ବଡ଼ ସଂଖ୍ୟାରେ ଏକତ୍ରିତ ହେଉଥିବା କ୍ରୀଡ଼ାଭିତ୍ତିକ ଇଭେଣ୍ଟକୁ ଆମେ ବାସନ୍ଦ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ସିଶୋଡିଆ କହିଛନ୍ତି। କୌଣସି ସେମିନାର, କନଫରେନ୍ସ କିମ୍ବା କୌଣସି ବଡ଼ ଇଭେଣ୍ଟକୁ ଦିଲ୍ଲୀରେ ଆୟୋଜନ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ସରକାରଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ପ୍ରଶାସକଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri