Posted inଜାତୀୟ

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ ଏଠାରେ ଭୋଟଗ୍ରହଣ କରାଯିବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଲାଗି ତ୍ରିମୁଖୀ ଲଢ଼େଇ ହେବାର ସମ୍ଭାବନା ରହିଛି। ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଜାରି ରହିଛି। ଏଏପିର ପଲ୍ଲା ଭାରି ରହିଥିଲେ ହେଁ ଭାଜପା ଓ କଂଗ୍ରେସ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ଦିଲ୍ଲୀର ପ୍ରାୟ ଦେଢ଼କୋଟି ଭୋଟର ଏଥର ରାଜନେତାଙ୍କ ଭାଗ୍ୟ ପରୀକ୍ଷା କରିବେ। ଗତଥର ଏଏପି ୬୭ ଆସନ ଜିତି ରେକର୍ଡ କରିଥିଲା। ଭାଜପାକୁ ୩ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ମଙ୍ଗଳବାର ପ୍ରଥମ ଦଳ ଭାବେ ଏଏପି ୭୦ ପ୍ରାର୍ଥୀଙ୍କ ନାମତାଲିକା ଘୋଷଣା କରିଛି। ଏଥିରେ ୪୬ ଜଣ ବିଧାୟକଙ୍କୁ ଟିକେଟ ଦିଆଯାଇଥିବାବେଳେ ୨୪ ନୂଆ ମୁହଁ ଅଛନ୍ତି। ଜାନୁୟାରୀ ୨୧ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରଖାଯାଇଥିବାବେlଳେ ୨୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ। ଫେବୃୟାରୀ ୧୧ରେ ଭୋଟଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri