Posted inଜାତୀୟ

ଦିଲ୍ଲୀରେ ୧୧୯ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ଦିଲ୍ଲୀରେ ଶୀତ ଦୀର୍ଘ ୧୧୯ ବର୍ଷର ରେକର୍ଡ ଭାଙ୍ଗିଛି। ସୋମବାରକୁ ଡିସେମ୍ବରର ସର୍ବାଧିକ ଥଣ୍ଡାଦିନ ବିବେଚିତ କରାଯାଇଛି। ସୋମବାର ଦିଲ୍ଲୀର ସର୍ବାଧିକ ତାପମାତ୍ରା ଥିଲା ମାତ୍ର ୯.୪ ଡିଗ୍ରୀ ସେଲ୍‌ସିୟସ୍‌। ୧୯୦୧ ପରେ ଏହା ଡିସେମ୍ବରର ସବୁଠୁ ଥଣ୍ଡା ଦିନ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆୟାନଗରର ପାଣିପାଗ କେନ୍ଦ୍ରରେ ସର୍ବାଧିକ ତାପମାତ୍ରା ୭.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରିଜ୍‌ରେ ୮.୪ ଡିଗ୍ରୀ, ପାଲାମରେ ୯ ଡିଗ୍ରୀ ଓ ଲୋଡ଼ିରେ ୯.୨ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ତଳେ ରହିଛି। ଶନିବାର ସଫଦରଜଙ୍ଗ ଅବଜରଭେଟୋରିରେ ସର୍ବନିମ୍ନ ତାପମାତ୍ରା ୨.୪ ଡିଗ୍ରୀ ରେକର୍ଡ କରାଯାଇଥିଲା।
ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ପ୍ରବଳ ଶୀତ ଲହରି ସାଙ୍ଗକୁ ଘନକୁହୁଡ଼ି ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଶୂନ ଡିଗ୍ରୀ ତଳେ ରହିଛି। ଆଲିଗଡ଼ରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀକୁ ଖସିଆସିଥିବାବେଳେ ପ୍ରବଳ ଥଣ୍ଡାରେ ୩୦ ଜଣଙ୍କ ମୃତ୍ୟୁ ହେଲାଣି। କାନପୁରରେ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବାରାଣସୀ ଓ ମହୋବାରେ ୪ ଜଣ ଲେଖାଏ, ଶ୍ରାବସ୍ତି, ବଣ୍ଡା ଓ ମୈନପୁରୀରେ ୨ ଜଣ ଲେଖାଏ ଏବଂ ଲକ୍ଷ୍ନୌରେ ଜଣକର ମୃତ୍ୟୁ ହୋଇଛି। ପଞ୍ଜାବ, ହରିୟାଣା, ଉତ୍ତର ରାଜସ୍ଥାନ, ମଧ୍ୟପ୍ରଦେଶରେ ମଧ୍ୟ ଶୀତ ଲହରି ଜାରି ରହିଛି। କୁହୁଡ଼ି ଯୋଗୁ ଭଲ ଦୃଶ୍ୟ ହେଉ ନ ଥିବାରୁ ସୋମବାର ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିବାକୁ ଥିବା ୨୦ଟି ବିମାନକୁ ଅନ୍ୟ ବିମାନବନ୍ଦରକୁ ପଠାଯାଇଥିବାବେଳେ ୪ଟିର ଉଡାଣ ବାତିଲ କରିଦିଆଯାଇଛି। ମଧ୍ୟାହ୍ନ ୧୨ଟା ୫୨ ମିନିଟ ସୁଦ୍ଧା ପାଖାପାଖି ୫୩୦ ବିମାନ ଉଡ଼ାଣ ଓ ଅବତରଣରେ ବିଳମ୍ବ ହୋଇଥିବା ଏୟାରପୋର୍ଟ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri