ଦିଲ୍ଲୀର ୧୦ ସଂଖ୍ୟାଲଘୁଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଗଲା

ସୋନପୁର,୪।୪(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ସହର ଉପକଣ୍ଠରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କ ଘରେ ୧୦ଜଣ ଅପରିଚିତ ଲୋକ ଗତ କିଛିଦିନ ହେଲା ରହି ଆସୁଥିଲେ । ଦିଲ୍ଲୀ ନିଜାମୁଦ୍ଦିନ ଘଟଣା ପରେ ସ୍ଥାନୀୟ ଲୋକେ ସନ୍ଦେହ କରି ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ । ଘର ତଲାସୀ ପରେ ଦିଲ୍ଲୀ ଅଶୋକ ନଗର ଅଞ୍ଚଳର ୯ ଜଣ ଓ ଉତ୍ତର ପ୍ରଦେଶ ମିରଟ ଲୋହିଆ ନଗର ଅଞ୍ଚଳର ଜଣଙ୍କୁ ଠାବ କରା ଯାଇଥିଲା । ସେମାନେ କାହାକୁ କିଛି ନ ଜଣାଇ ଗତ ୧୯ ଦିନ ଧରି ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ରହୁଥିଲେ । ପୋଲିସ ସହାୟତାରେ ସମସ୍ତଙ୍କୁ ବୀରମହରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟ(ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର)ରେ କ୍ୱାରେଣ୍ଟାଇନରେ ରଖାଯାଇଛି । ଶନିବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମ୍ପୃକ୍ତଙ୍କ ରକ୍ତ, ସ୍ବାବ ସଂଗ୍ରହ ହୋଇ ସନ୍ଧ୍ୟାରେ ପରୀକ୍ଷଣ ପାଇଁ ଭୁବନେଶ୍ୱର ପଠାଯାଇଛି । ଜନସାଧାରଣ ଆତଙ୍କିତ ନହେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri