Categories: ଜାତୀୟ

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାର ପାଇଁ କେଜରିଓ୍ବାଲ ଏବଂ ଭାଜପା ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଏକ ସ୍କୁଲ ବ୍ୟାଗ୍‌ କାରଖାନାରେ ରବିବାର ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆହତଙ୍କ ଲାଗି ଏକ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ସେହିପରି ଭାଜପା ପକ୍ଷରୁ କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ, ଅନୁରାଗ ଠାକୁର ଏବଂ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି। ଏହାଦ୍ୱାରା ମୃତକଙ୍କ ପରିବାର ମୋଟ ୧୭ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପାଇବେ।

Share