Posted inଜାତୀୟ

ଦିଲ୍ଲୀ, ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କଲା ପିଏମ୍‌ଓ: ଟାସ୍କଫୋର୍ସ ବୈଠକରେ ସମୀକ୍ଷା କଲେ ପି. କେ. ମିଶ୍ର

ନୂଆଦିଲୀ, ୨୬।୧୦(ପିଆଇବି): ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ସନ୍ଧ୍ୟାରେ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ସମସ୍ତ ଅଂଶୀଦାରଙ୍କୁ ନେଇ ଏକ ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ବାୟୁର ଗୁଣବତ୍ତା ଯେପରି ଅଧିକ ହ୍ରାସ ନ ପାଇବ ସେଥିପାଇଁ ତ୍ୱରିତ ପଦକ୍ଷେପ ନେବା ଲାଗି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ପ୍ରଭାବଶାଳୀ ଢଙ୍ଗରେ ଫସଲ ବର୍ଜ୍ୟ ଜାଳିବା ଉପରେ କଟକଣା ଜାରିକରିବା ଲାଗି ପଞ୍ଜାବ ଓ ହରିୟାଣା ସରକାରଙ୍କୁ ପ୍ରମୁଖ ସଚିବ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ। ଚାଷୀଙ୍କୁ ଫସଲ ବର୍ଜ୍ୟ ଜାଳିବାରୁ ରୋକିବା ନିମନ୍ତେ ପ୍ରଶାସନକଳକୁ ସକ୍ରିୟ କରିବା ଲାଗି ଦୁଇ ରାଜ୍ୟର ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରତିଶ୍ରୁତି ଦେଇଛନ୍ତି। ଫଳରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ମାତ୍ରା ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଏହାଛଡ଼ା କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପାଣ୍ଠି ବିନିଯୋଗ କରି ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଉପରୋକ୍ତ ଦୁଇ ରାଜ୍ୟକୁ କୁହାଯାଇଛି। ଏହି ବୈଠକରେ ଦିଲ୍ଲୀ ସରକାର, ଦିଲ୍ଲୀର ବିଭିନ୍ନ ମହାନଗର ନିଗମ କର୍ତ୍ତୃପକ୍ଷ, ଆଇଆଇଟି, ଟିଇଆର୍‌ଆଇ ଏବଂ ବିଭିନ୍ନ ମନ୍ତ୍ରଣାଳୟର ବିଶେଷଜ୍ଞମାନେ ଉପସ୍ଥିତ ଥିଲେ। ଧୂଳି ପ୍ରଦୂଷଣ, ନିର୍ମାଣ ଓ ଭଗ୍ନ ପ୍ରକ୍ରିୟାରୁ ସୃଷ୍ଟ ଆବର୍ଜନା ଏବଂ ଶିଳ୍ପ ଓ ବାହନଜନିତ ପ୍ରଦୂଷଣକୁ ତୁରନ୍ତ ନିୟନ୍ତ୍ରଣ କରିବା ଲାଗି ପ୍ରମୁଖ ସଚିବ ନିର୍ଦ୍ଦିଷ୍ଟ ଭାବେ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ ଏ ସମସ୍ତ କାର୍ଯ୍ୟ ସମ୍ପାଦନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପ୍ରଦୂଷଣ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେଇ ଛୋଟରୁ ଛୋଟ ଅଗ୍ନିକାଣ୍ଡ, ଆବର୍ଜନା ଆଦିକୁ ନିୟନ୍ତ୍ରଣ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।
ଦିଲ୍ଲୀ ବାୟୁର ଗୁଣବତ୍ତା ବୃଦ୍ଧି ଲାଗି କେନ୍ଦ୍ର ସରକାର ନିରନ୍ତର ଭାବେ ପ୍ରୟାସ କରିଆସୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ତ୍ୱାବଧାନରେ ୨୦୧୫ରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ)ର ଶୁଭାରମ୍ଭ କରାଯାଇଥିଲା। ଅଦ୍ୟାବଧି ଦିଲ୍ଲୀ ଏନ୍‌ସିଆର୍‌ କ୍ଷେତ୍ରରେ ୧୧୩ଟି ଏକ୍ୟୁଆଇ ନିରୀକ୍ଷଣ ଷ୍ଟେଶନ ପ୍ରତିଷ୍ଠା କରାଯାଇଛି। ଆଗକୁ ଏପରି ୨୯ଟି ଷ୍ଟେଶନ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri