Posted inଜାତୀୟ

ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା ନିଅଁ। ଏତେ ଭୟଙ୍କର ଥିଲା ଯେ ଏହାକୁ ଆୟତ କରିବା କଷ୍ଟକର ହୋଇପଡ଼ିଥିଲା। ଘଟଣାସ୍ଥଳରେ ୧୭ଟି ଦମକଳ ଗାଡି ପହଞ୍ଚି ବହୁ ଘଣ୍ଟାର ଉଦ୍ୟମ ପରେ ନିଆଁକୁ ଆୟତ କରାଯାଇଥିଲା। ଏହି ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳି ନ ଥିବା ବେଳେ ଅଗ୍ନିକାଣ୍ଡର କାରଣ ଏବେ ମଧ୍ୟ ସ୍ପଷ୍ଟ ହୋଇପାରିନାହିଁ। ଏହି ନିଅଁ।ର ଝଁ।ସ ଏତେ ଉପରକୁ ଉଠିଥିଲା ଯେ ସୁରକ୍ଷା ଦୃଷ୍ଟିରୁ ମେଟ୍ରୋ ଟ୍ରେନର ଯାତାୟତ କିଛି ସମୟ ପାଇଁ ବନ୍ଦ କରି ଦିଆଯାଇଥିଲା। ଜସୋଲା ବିହାର, ଶାହୀନ ବାଗ ଓ କାଳିନ୍ଦୀ କୁଞ୍ଜ ମଧ୍ୟରେ ମେଟ୍ରୋ ଟ୍ରେନ ଯାତାୟତକୁ ବନ୍ଦ କରି ଦିଆଯାଇଥିଲା। ଫଳରେ ରାଜଧାନୀବାସୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସକାଳ ୧୧ଟା ପରେ ଯାତାୟତ ସ୍ବାଭାବିକ ହୋଇଥିଲା। ତେବେ ସର୍ଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥାଏ ବୋଲି ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri