ଦିଲ୍ଲୀ ଦଙ୍ଗାପୀଡ଼ିତ ବିଏସ୍‌ଏଫ୍‌ ଯବାନଙ୍କୁ ସହାୟତା: ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ଯବାନ ମହମ୍ମଦ ଅନିଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବାପାଇଁ ଘୋଷଣା କରିଛନ୍ତି।
ନବମ ବାଟାଲିୟନରେ କାର୍ଯ୍ୟରତ ଅନିଶଙ୍କ ଘର ନୂଆଦିଲ୍ଲୀରେ। ନିକଟରେ ଦିଲ୍ଲୀରେ ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ତାଙ୍କ ଘର ପୋଡ଼ି ଦିଆଯାଇଥିବାରୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଅନିଶଙ୍କ ସହ କଥା ହୋଇ ସାନ୍ତ୍ୱନା ଦେଇଛନ୍ତି। ଅନିଶ ମାଓବାଦୀପ୍ରବଣ ମାଲକାନଗିରି ଜିଲାରେ କାର୍ଯ୍ୟରତ ଅଛନ୍ତି। ସେ ମଧ୍ୟ ସ୍ବାଭିମାନ ଅଞ୍ଚଳର ସୁରକ୍ଷା ଦାୟିତ୍ୱ ତୁଲାଇଛନ୍ତି। ଏଥିପାଇଁ ଗୁରୁପ୍ରିୟା ସେତୁ ନିର୍ମାଣ ସୁରୁଖୁରୁରେ ହୋଇପାରିଛି। ଫେବୃୟାରୀ ୨୫ରେ ଉତ୍ତର-ପୂର୍ବ ଦିଲ୍ଲୀର ଖଜରୀଖାସ୍‌ ଅଞ୍ଚଳରେ ଅନିଶଙ୍କ ଦୁଇମହଲା ଘରକୁ ଦଙ୍ଗାକାରୀ ପୋଡ଼ି ଦେଇଛନ୍ତି। ବିଏସ୍‌ଏଫ୍‌ ତରଫରୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ ସହ ଉକ୍ତ ଘରକୁ ମରାମତି କରିବା ପାଇଁ ବିଏସ୍‌ଏଫ୍‌ ଇଞ୍ଜିନିୟରଙ୍କୁ ପଠାଇବାକୁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri