Posted inଜାତୀୟ

ଦିଲ୍ଲୀ ଦଙ୍ଗାରେ ମୃତ ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ମିଳିବ ଚାକିରି: କେଜରିଓ୍ବାଲ

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ଦଙ୍ଗାରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା। ଗୋଟିଏ ଦିନ ପରେ ଡ୍ରେନ୍‌ରୁ ତାଙ୍କ ମୃତଦେହ ମିଳିବା ପରେ ତାଙ୍କୁ ହତ୍ୟା କରଯାଇଥିବା କୁହାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ସରକାରୀ ଚାକିରି ଯୋଗାଇ ଦେବାକୁ କହିଛନ୍ତି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ବିରୋଧ ପ୍ରଦର୍ଶନ ଧୀରେ ଧୀରେ ଦଙ୍ଗାର ରୂପ ନେଇଥିଲା। ଏଥିରେ ଅଙ୍କିତ ଶର୍ମାଙ୍କ ସହ ଜଣେ ହେଡ କନ୍‌ଷ୍ଟେବଳଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ମୃତ୍ୟୁ ସଂଖ୍ୟା ୪୭ରେ ପହଞ୍ଚିଲାଣି। ଏବେବି ଶତାଧିକ ଲୋକେ ଆହତ ଅବସ୍ଥାରେ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ଦୀର୍ଘ ପ୍ରାୟ ୫ ଦିନର ଦଙ୍ଗା ପରେ ଏବେ ଦିଲ୍ଲୀର ସାଧାରଣ ଜୀବନ ସ୍ବାଭାବିକ ହେଉଥିବା ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri