Posted inଜାତୀୟ

ଦିଲ୍ଲୀ ଦଙ୍ଗା: ମୃତ୍ୟୁସଂଖ୍ୟା ୪୩

ନୂଆଦିଲ୍ଲୀ,୨୯ା୨(ପି.ଟି.): କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଚାଲିଥିବା ସଂଘର୍ଷରେ ମୃତ୍ୟୁସଂଖ୍ୟା ୪୩ ଛୁଇଁଛି। ଗୁରୁବାର ସୁଦ୍ଧା ୩୮ ଜଣଙ୍କ ଜୀବନ ଯାଇଥିବାବେଳେ ଶୁକ୍ରବାର ଗୁରୁ ତେଗ୍‌ ବାହାଦୁର (ଜିଟିବି) ହସ୍ପିଟାଲରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି। ଜାଫରାବାଦ, ମୌଜପୁର, ଚାନ୍ଦବାଗ, ଖୁରେଜି ଖାସ ଓ ଭଜନପୁରା ଅଞ୍ଚଳରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୨୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଲୋକନାୟକ ଜୟପ୍ରକାଶ ହସ୍ପିଟାଲ ଓ ଜଗ୍‌ ପ୍ରବେଶ ଚନ୍ଦ୍ର ହସ୍ପିଟାଲରେ ଆହୁରି ଅନେକ ଗୁଳିବିଦ୍ଧ ପୀଡ଼ିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।
ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଶୁକ୍ରବାର ଉତ୍ତର-ପୂର୍ବ ଦିଲ୍ଲୀର ଜାଫରାବାଦର ଦଙ୍ଗାଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ସେ ମହିଳାମାନଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ରେଖା କହିଛନ୍ତି, ସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି। କିନ୍ତୁ ଅନେକ ସ୍ଥାନରେ ଉତ୍ତେଜନା ପ୍ରଶମିତ ହୋଇନାହିଁ। ସେ ଶନିବାର ମଧ୍ୟ ଆଉ କେତେକ ଅଞ୍ଚଳକୁ ଯାଇ ସ୍ଥିତି ସମୀକ୍ଷା କରିବେ ବୋଲି କହିଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ ଅନିଲ ବୈଜାଲ ମଧ୍ୟ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ଅନ୍ୟପକ୍ଷରେ ସାମ୍ପ୍ରଦାୟିକ ଦଙ୍ଗାରେ ୪୩ ଜଣଙ୍କ ଜୀବନ ଚାଲିଯିବା ପରେ ମଧ୍ୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ସାଧାରଣରେ ଏହାକୁ ନେଇ କୌଣସି ବକ୍ତବ୍ୟ ରଖି ନ ଥିବାରୁ ଏନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?