Posted inଜାତୀୟ

ଦିଲ୍ଲୀ ଦଙ୍ଗା ହେବ ବିରୋଧୀଙ୍କ ମୁଖ୍ୟ ପ୍ରସଙ୍ଗ

ନୂଆଦିଲ୍ଲୀ,୨ା୩(ପି.ଟି.): ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦିଲ୍ଲୀର ସାମ୍ପ୍ରଦାୟିକ ଦଙ୍ଗାକୁ ବିରୋଧୀ ଦଳ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରି ସରକାରଙ୍କୁ ଘେରିବାକୁ ନିଷ୍ପତ୍ତି ନେଇଛି। ଦଙ୍ଗା ନିୟନ୍ତ୍ରଣ କରିବାରେ ଦିଲ୍ଲୀ ପୋଲିସର ବିଫଳତା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଇସ୍ତଫା ଦାବି କରିବ କଂଗ୍ରେସ। ଦିଲ୍ଲୀ ହିଂସା ଉପରେ ଆଲୋଚନା ଦାବି କରି ଦଳ ପକ୍ଷରୁ ଉଭୟ ଗୃହରେ ମୁଲତବୀ ପ୍ରସ୍ତାବ ନୋଟିସ ଦିଆଯିବ ବୋଲି ଏକ ସୂତ୍ରରୁ ଜଣାପଡିଛି।
କ’ଣ ପାଇଁ ଦିଲ୍ଲୀରେ ଦଙ୍ଗା ସୃଷ୍ଟି ହେଲା ତାହାକୁ ନେଇ କଂଗ୍ରେସ ସରକାରଙ୍କୁ ପ୍ରଶ୍ନ କରିବ ବୋଲି ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି। ସରକାର ଆଇନ ଶୃଙ୍ଖଳା ରକ୍ଷା କରିବାରେ ବିଫଳ ହୋଇଛନ୍ତି। ଦଙ୍ଗାକାରୀ ଓ କିଛି ପୋଲିସ ଅଫିସରଙ୍କ ମଧ୍ୟରେ ଭିତିରି ବୁଝାମଣା ପାଇଁ ଏଭଳି ହିଂସାକାଣ୍ଡ ଘଟି ବହୁସଂଖ୍ୟାରେ ଲୋକଙ୍କ ଜୀବନ ଗଲା ବୋଲି ଅଧୀର ଅଭିଯୋଗ କରିଛନ୍ତି। ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯିବ ବୋଲି ସେ କହିଛନ୍ତି। ଗଣତାନ୍ତ୍ରିକ ମୂଲ୍ୟବୋଧ ଧ୍ୱଂସ ହୋଇଚାଲିଥିବାରୁ ପାର୍ଲାମେଣ୍ଟରେ ଏହାକୁ କଂଗ୍ରେସ ଉଠାଇବ ବୋଲି ଦଳୀୟ ମୁଖପାତ୍ର ତଥା ରାଜ୍ୟ ସଭା ଏମ୍‌ପି ଅଭିଷେକ ମନୁ ସିଂଘ୍‌ଭି କହିଛନ୍ତି। ଅନ୍ୟ ବିରୋଧୀ ଦଳଗୁଡ଼ିକ ମଧ୍ୟ ଦିଲ୍ଲୀ ହିଂସା ପାଇଁ ପୋଲିସର ପାତରଅନ୍ତର ନୀତିକୁ ଦାୟୀ କରିଛନ୍ତି। ଗୁରୁବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ଏଥିସହିତ ସେମାନେ କେନ୍ଦ୍ର ସରକାରଙ୍କୁ ରାଜଧର୍ମ କଥା ମଧ୍ୟ ମନେପକାଇ ଦେଇଥିଲେ।
କଂଗ୍ରେସ, ସିପିଆଇ ଏବଂ ସିପିଆଇ(ଏମ୍‌) ମଧ୍ୟ ଦିଲ୍ଲୀ ଦଙ୍ଗା ପ୍ରସଙ୍ଗରେ ଉଭୟ ଗୃହରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଜବାବ ମାଗିବେ। ଦଙ୍ଗା ପ୍ରସଙ୍ଗ ଆଲୋଚନା ଲାଗି ନିୟମ ୨୬୭ ଅନୁଯାୟୀ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ନୋଟିସ ଦେବେ ବୋଲି ସିପିଏମ୍‌ ସଦସ୍ୟ କେ.କେ. ରାଗେଶ କହିଛନ୍ତି। ଦିଲ୍ଲୀ ପୋଲିସର ନିଷ୍କ୍ରିୟତା ନେଇ ସିପିଆଇ ଶାହାଙ୍କ ଠାରୁ ଉତ୍ତର ଦାବି କରିବ ବୋଲି ଏହାର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ୪୨ ଜଣଙ୍କ ଜୀବନ ନେଇଥିବା ଦିଲ୍ଲୀ ଦଙ୍ଗା ନିୟନ୍ତ୍ରଣରେ ବିଫଳତା ପାଇଁ ଏନ୍‌ସିପି, ଆର୍‌ଜେଡି, ଏଲ୍‌ଜେପି, ଡିଏମ୍‌କେ ଏବଂ ଏଏପି ଭଳି ଦଳର ନେତାମାନେ ଶାହାଙ୍କ ଇସ୍ତଫା ଦାବି କରିପାରନ୍ତି ବୋଲି ଜଣାପଡିଛି। ପାର୍ଲାମେଣ୍ଟର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଫେବୃୟାରୀ ୧୧ ପର୍ଯ୍ୟନ୍ତ ଚାଲିଥିଲା। କିଛିଦିନର ବିରତି ପରେ ସୋମବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri