ଦିଲ୍ଲୀ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆସନ୍ତା ୨୦୨୦ ଜନରାଜ୍ୟ ଦିବସରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ଲାଗି ଯୋଗ୍ୟ ବିବେଚିତ ହୋଇଛି। ପ୍ରତି ବର୍ଷ କେନ୍ଦ୍ର ପ୍ରତିରକ୍ଷା ବିଭାଗ ପକ୍ଷରୁ ସମସ୍ତ ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ଲାଗି ପ୍ରସ୍ତାବ ଆହ୍ବାନ କରାଯାଇଥାଏ। ସେଥିମଧ୍ୟରୁ ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଜ୍ଞାପନ ମେଢ଼ଗୁଡିକ ଜନରାଜ୍ୟ ଦିବସ ପରେଡରେ ସ୍ଥାନିତ ହୋଇଥାଏ। ଚଳିତ ବର୍ଷ ମଧ୍ୟ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ତଦନୁଯାୟୀ ପ୍ରସ୍ତାବ ଦିଆଯାଇଥିଲା। ଏଥିମଧ୍ୟରୁ ଦେଶର ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ଼ ଯୋଗ୍ୟ ବିବେଚିତ ହୋଇଛି। ତନ୍ମଧ୍ୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନିତ ହୋଇଛି। ପ୍ରତିରକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ୬ଟି ବିଷୟ ବସ୍ତୁ ମଧ୍ୟରୁ ଓଡ଼ିଶା ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଶାର ସ୍ଥାପତ୍ୟ ଓ ଲୋକ ସଂସ୍କୃତି ଉପରେ ଆଧାରିତ ପର୍ବ ଡିଜାଇନ୍‌ଟି ଜାତୀୟସ୍ତରର ବିଚାରକମଣ୍ଡଳୀଙ୍କୁ ଆକୃଷ୍ଟ କରିଥିଲା। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଏହି ଡିଜାଇନକୁ ପ୍ରଜ୍ଞାପନ ମେଢ଼ରେ ପୂର୍ଣ୍ଣ ବିକଶିତ କରାଯାଇ ଜନରାଜ୍ୟ ଦିବସରେ ପ୍ରଦର୍ଶିତ କରାଯିବ ବୋଲି ବିଭାଗ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri