Posted inଜାତୀୟ

ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ସିଏଏ ଦଙ୍ଗାକୁ ନେଇ ହୋଇଥିବା ଆବେଦନ ଉପରେ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ମନା କରିଦେଇଛନ୍ତି। ହିଂସା ସୃଷ୍ଟିକାରୀଙ୍କୁ ଛାଡ଼ିଦିଆଯାଇଥିବାରୁ ଏଥିପାଇଁ ସୁପ୍ରିମକୋର୍ଟ ଖଣ୍ଡପୀଠ ଦିଲ୍ଲୀ ପୋଲିସ ଉପରେ ବର୍ଷିଥିଲେ। କୌଣସି ବ୍ୟକ୍ତିଙ୍କ ଅନୁମତିକୁ ଅପେକ୍ଷା ନ କରି ସ୍ବାଧୀନ ଭାବେ କାର୍ଯ୍ୟ କରିବା ଆବଶ୍ୟକ ଥିଲା ବୋଲି ଖଣ୍ଡପୀଠ କହିଛନ୍ତି। କେହି ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ଦେଲେ ତାହା ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ହେବ। ଶାହିନବାଗ ଆନ୍ଦୋଳନ ସମ୍ପର୍କିତ ମାମଲାର ଶୁଣାଣି ପୂର୍ବରୁ ପ୍ରଥମେ ଅନୁକୂଳ ବାତାବରଣ ଫେରାଇଆଣିବା ଜରୁରୀ ବୋଲି ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ ଏବଂ କେ.ଏମ୍‌. ଜୋସେଫଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri