ଦିଲ୍ଲୀ ପୋଲିସ କବଳରୁ ଖସିଗଲା ଚୋର

ବାଲେଶ୍ୱର ଅଫିସ, ୨୦।୭: ଦିଲ୍ଲୀରୁ ୧୦ଲକ୍ଷ ଟଙ୍କାର ଗହଣା ଚୋରି କରି ପଳାଇ ଆସିଥିବା  ସୋର ଜିଲା ବାଲେଶ୍ୱର ଥାନା କରୁଣାକର  ଗ୍ରାମର ରଘୁନାଥ ଦାସ (୨୯)ଙ୍କୁ ଶୁକ୍ରବାର ଦିଲ୍ଲୀ ପୋଲିସ ସୋର ପୋଲିସ ସହାୟତାରେ ଗିରଫ କରିଥିଲା। କରୁଣାକରଙ୍କୁ ଦିଲ୍ଲୀ ନିଆଯାଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ ରାସ୍ତାରେ ପୋଲିସ୍‌ଙ୍କୁ ଚକ୍‌ମା ଦେଖାଇ କରୁଣାକରଙ୍କ ଅନ୍ୟ ସାଥିମାନେ ତାଙ୍କୁ ଫେରାର କରାଇ ନେବାରେ ସଫଳ ହୋଇଛନ୍ତି।
ଦିଲ୍ଲୀ ଆଦର୍ଶନଗର ଥାନା ଅଞ୍ଚଳର  କୁମାର ଖାରିଙ୍କ ଘରେ କରୁଣାକର କାମ କରୁଥିଲେ। ଗତ ଜୁନ୍‌ ୩ ତାରିଖରେ ଘରେ କେହି ନ ଥିବାବେଳେ ସେ ୨ଟି ହୀରା କାନଫୁଲ, ସୁନା ଚୁଡ଼ି, ଚେନ୍‌, ମଙ୍ଗଳସୂତ୍ର ଆଦି ୧୦ଲକ୍ଷ ଟଙ୍କାର ଗହଣା ଚୋରି କରି ପଳାଇଆସିଥିଲେ। ଏନେଇ ଗତ ଜୁନ୍‌ ୪ତାରିଖରେ ନିକଟସ୍ଥ ଥାନାରେ ଅଭିଯୋଗ କରିଥିଲେ। ସୋର ଆଇଆଇସି କ୍ଷମାସାଗର ପଣ୍ଡା ଅଭିଯୁକ୍ତ ଙ୍କୁ ଅଟକ ରଖି ଦିଲ୍ଲୀ ପୋଲିସକୁ ଖବର ଦେଇଥିଲେ। ଦିଲ୍ଲୀ ପୋଲିସ ସୋରରେ ପହଞ୍ଚତ୍ କରୁଣାକରଙ୍କୁ ବାଲେଶ୍ୱର ଜଜ୍‌ଙ୍କ ନିକଟରେ ହାଜର କରାଇ ଶୁକ୍ରବାର ମଧ୍ୟରାତ୍ରରେ ବାଲେଶ୍ୱର ରେଳଷ୍ଟେଶନ ରାସ୍ତାରେ ଦିଲ୍ଲୀ ନେଇ ଯାଉଥିଲେ। ଏହି ସମୟରେ ଦୁଇଜଣ ଯୁବକ ୨ଟି ମୋଟରସାଇକେଲରେ ଆସି ପଛପଟରୁ ଦିଲ୍ଲୀ ପୋଲିସକୁ ଧକ୍କା ଦେଇଥିଲେ। ପୋଲିସ କର୍ମଚାରୀ ପଡିଯିବା ପରେ ମୋଟରସାଇକେଲରେ  ବସି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri