Posted inଜାତୀୟ

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ: ୩ ରାଜ୍ୟର ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୫ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣକୁ ନେଇ ସୋମବାର ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଏକାଧିକ ନିର୍ଦ୍ଦେଶ ଜାରି କରିଛନ୍ତି। ପ୍ରଦୂଷଣ ରୋକିବା ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନେବାରେ ବିଫଳ ହୋଇଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିବା ସହ ମୁଖ୍ୟ ସଚିବଙ୍କଠାରୁ ଆରମ୍ଭ କରି ପ୍ରଶାସନର ତଳସ୍ତରର ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କୋର୍ଟ ନିର୍ଦ୍ଦେଶନାମା ଅନୁପାଳନ କରିବାକୁ କହିଛନ୍ତି।
ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିପାର କିନ୍ତୁ ଲୋକଙ୍କୁ ମାରିବା ପାଇଁ ଛାଡ଼ିଦିଆଯାଇପାରିବ ନାହିଁ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଥିଲେ। ଏହି ସମୟରେ କୋର୍ଟରେ ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶର ମୁଖ୍ୟ ସଚିବମାନେ ଉପସ୍ଥିତ ଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ବୁଧବାରକୁ ଧାର୍ଯ୍ୟ କରାଯାଇଛି। ପ୍ରଦୂଷଣ ରୋକିବା ଦିଗରେ ପଦକ୍ଷେପ ନେଉ ନ ଥିବା ଅଧିକାରୀଙ୍କୁ ଦଣ୍ଡିତ କରାଯିବ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଦେଇଛନ୍ତି। ନଡ଼ା ପୋଡ଼ି ବନ୍ଦ ନିମନ୍ତେ କ’ଣ ପଦକ୍ଷେପ ନିଆଯାଉଛି ତାହା ଜଣାଇବାକୁ ଅଦାଲତ ସ୍ଥାନୀୟ ଥାନାଗୁଡିକର ଏସ୍‌ଏଚ୍‌ଓମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ଏଥିସହିତ ଦିଲ୍ଲୀ ଏନ୍‌ସିଆର୍‌ରେ ନିର୍ମାଣ କାର୍ଯ୍ୟ ଓ ବର୍ଜ୍ୟ ପୋଡ଼ିବା ଉପରେ ଜରିମାନା ଧାର୍ଯ୍ୟ କରାଯାଇଛି। ପ୍ରଦୂଷଣ ରୋକିବାରେ କର୍ତ୍ତୃପକ୍ଷଙ୍କ ବିଫଳତାକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ପ୍ରଦୂଷଣ ଯୋଗୁ ଜନସାଧାରଣ ସେମାନଙ୍କ ଜୀବନର ମୂଲ୍ୟବାନ ସମୟ ହରାଉଛନ୍ତି ବୋଲି ଖଣ୍ଡପୀଠ କହିଥିଲେ।
ଦିଲ୍ଲୀରେ ବାୟୁ ପ୍ରଦୂଷଣ ବିପଜ୍ଜନକ ସ୍ଥିତିରେ ପହଞ୍ଚତ୍ଥିଲାବେଳେ ଯୁଗ୍ମ-ଅଯୁଗ୍ମ ସୂତ୍ର ପଛର ଯଥାର୍ଥତା କ’ଣ ବୋଲି ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏଭଳି ନିୟମ କାର୍ଯ୍ୟକାରୀ କରିବା ଦ୍ୱାରା ପ୍ରଦୂଷଣ ମାତ୍ରା କେତେ କମିଛି ତା’ର ତଥ୍ୟ ଉପସ୍ଥାପନ କରିବା ଲାଗି ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଏନ୍‌ସିଆର୍‌ ଅଞ୍ଚଳରେ ନିର୍ମାଣ କାର୍ଯ୍ୟ ଉପରେ ନିଷିଦ୍ଧାଦେଶ ଲାଗୁ ହୋଇଥିଲାବେଳେ ଯେଉଁମାନେ ଏହାର ଉଲ୍ଲଂଘନ କରୁଛନ୍ତି, ସେମାନଙ୍କୁ ଲକ୍ଷେ ଟଙ୍କା ଜରିମାନା କରିବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅଳିଆ ଜାଳୁଥିବା ଲୋକଙ୍କୁ ୫୦୦୦ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିବାକୁ କୁହାଯାଇଛି। ଖୋଲାସ୍ଥାନରେ ଅଳିଆ ନ ପକାଇବା ଲାଗି ମ୍ୟୁନିସିପାଲ କର୍ପୋରେଶନକୁ ନିର୍ଦ୍ଦେଶ ଦିଆଯାଇଛି। ଡିଜେଲ ଯାନ ଅଧିକ ପ୍ରଦୂଷଣ କରୁଥିଲାବେଳେ ଏହା ଉପରେ କଟକଣା ନ ଲଗାଇ କମ୍‌ ପ୍ରଦୂଷଣ କରୁଥିବା କାର୍‌ ଉପରେ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ କରିବାର ଯଥାର୍ଥତା କ’ଣ ବୋଲି ଅଦାଲତ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri