Posted inଖେଳ

ଦିଲ୍ଲୀ ବାୟୁ ପ୍ରଦୂଷଣ ଯୋଗୁ ଆଶଙ୍କାରେ ପ୍ରଥମ ଟି୨୦

ନୂଆଦିଲ୍ଲୀ, ୨୭।୧୦(ପି.ଟି)- ଦୀପାବଳି ପରେ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣରେ ଅବନତୀ ହେବାର ସମ୍ଭାବନା ଥିଲେ ମଧ୍ୟ ଚିନ୍ତାଜନକ ରହିବ। ତେଣୁ ନଭେମ୍ବର ୩ ତାରିଖରେ ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି।
ପୂର୍ବରୁ ୨୦୧୭ରେ ଠିକ୍‌ ଏହି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। କୋଟଲାରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ ବାୟୁ ପ୍ରଦୂଷଣ ଯୋଗୁ ପ୍ରଭାବିତ ହୋଇଥିଲା। କେତେକ ଶ୍ରୀଲଙ୍କା ଖେଳାଳି ମାସ୍କ ପିନ୍ଧି ଖେଳିଥିଲେ। ଏପରିକି ଆଉ କେତେକ ଅସୁସ୍ଥ ହୋଇ ପଡିଥିଲେ।
ରୋଟେଶନ ପଲିସି ଓ ଭ୍ରମଣକାରୀ ଦଳର ଟ୍ରାଭେଲ ରୁଟ୍‌ ପାଇଁ ବିସିସିଆଇ ପ୍ରଥମ ଟି୨୦କୁ ଦିଲ୍ଲୀରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ ପ୍ରଥମ ଟି୨୦ ମ୍ୟାଚ୍‌ ରାତିରେ ଖେଳାଯିବାର କାର୍ଯ୍ୟକ୍ରମ ଥିବାରୁ ପ୍ରଦୂଷଣର ପ୍ରଭାବ ପଡିବ ନାହିଁ ବୋଲି ବିସିସିଆଇ ଆଶା କରୁଛି। ଦୀପାବଳି ପୂର୍ବରୁ ଦିଲ୍ଳୀର ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ପୂରା ଖରାପ ରହିଛି। ଏକ୍ୟୁଆଇ ଷ୍ଟାଣ୍ଡାର୍ଡ ଅନୁସାରେ ୦- ୫୦କୁ ଭଲ ବୋଲି କୁହାଯାଇଥାଏ। ୫୧- ୧୦୦ ସନ୍ତୋଷଜନକ, ୧୦୧- ୨୦୦ ମଡରେଟ ଓ ୩୦୧- ୪୦୦କୁ ଅତି ଖରାପ ବୋଲି କୁହାଯାଇଥାଏ। ୪୦୦ରୁ ଉର୍ଦ୍ଧ୍ୱ ଏକ୍ୟୁଆଇକୁ ଅତି ଖରାପ ବୋଲି ଅଭିହିତ କରାଯାଇଥାଏ।
ଦୀପାବଳିର ଗୋଟିଏ ସପ୍ତାହ ପରେ ମ୍ୟାଚ ଆୟୋଜନ ହେବାକୁ ଯାଉଥିବାରୁ ବାୟୁ ପ୍ରଦୂଷଣ ନିଶ୍ଚିତ ଭାବେ କମିବ ବୋଲି ବିସିସିଆଇ ଓ ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଅଧିକାରୀମାନେ ଆଶା ପ୍ରକାଶ କରିଛନ୍ତି। ତେଣୁ ମ୍ୟାଚ୍‌ ବେଳେ ବାୟୁ ପ୍ରଦୂଷଣ ନିୟନ୍ତ୍ରଣରେ ରହିବ ବୋଲି କୁହାଯାଇଛି। ଏଭଳି ପରିସ୍ଥିତିରେ ବିସିସିଆଇର ରୋଟେଶନ ପଲିସି ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆବଶ୍ୟକ ପଡିଲେ ବାଂଲାଦେଶ ଖେଳାଳିମାନେ ମ୍ୟାଚ୍‌ ଅବସରରେ ମାସ୍କ ପିନ୍ଧିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri