Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’

ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ ଆମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବ। ଏଥର ଏଏପି ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’ ସହ ଭୋଟରଙ୍କ ନିକଟର ହେବାକୁ ଚେଷ୍ଟା କରିଛି। ଏଥିରେ ବିଶେଷ ଭାବେ ୧୦ ଟି ଗ୍ୟାରେଣ୍ଟି ଦିଆଯାଇଛି। ଯେଉଁଥିରେ ସାମିଲ ଅଛି ୨୪ ଘଣ୍ଟା ବିଜୁଳି ଓ ୨୪ ଘଣ୍ଟା ବିଶୁଦ୍ଧ ପାନୀୟ ଯୋଗାଣ। ଏହାସହ ୨୦୦ ସହ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣରେ ଦିଆଯିବାର ମଧ୍ୟ ବ୍ୟବସ୍ଥା ରହିଛି। ବିଜୁଳି ଯୋଗାଣ ପାଇଁ ଅଣ୍ଡର ଗ୍ରାଉଣ୍ଡ ବ୍ୟବହାର କରାଯିବ ବୋଲି କହିଛି ଏଏପି। ଏମିତିରେ ୨୦ ହଜାର ଲିଟର ପାଣି ମଧ୍ୟ ମାଗଣାରେ ଦିଆଯିବ। ଛାତ୍ରୀଛାତ୍ରଙ୍କୁ ମାଗଣା ବସ୍‌ ସେବା ମଧ୍ୟ ଯୋଗାଇ ଦିଆଯିବ। ଏହାସହ ଶିକ୍ଷା, ସ୍ବାସ୍ଥ୍ୟ, କୋଠାଘର ଉପରେ ମଧ୍ୟ ଏଏପି ସରକାର ପ୍ରାଧାନ୍ୟ ଦେବେ ବୋଲି ଗ୍ୟାରେଣ୍ଟି କାର୍ଡରେ ଉଲ୍ଲେଖ କରିଛନ୍ତି। ଘୋଷଣାପତ୍ର ପୂର୍ବରୁ ଏଏପିର ଏହି କାର୍ଡ ଭୋଟରଙ୍କୁ ଆକର୍ଷିତ କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri