ଦିଲ୍ଲୀ ବିଧାନସଭା ନିର୍ବାଚନ: ମତଦାନ ଦିନ ବି ‘ହନୁମାନ’ଙ୍କୁ ନେଇ ରାଜନୀତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିଲେ ମଧ୍ୟ ନେତାଙ୍କ ମଧ୍ୟରେ ଟଣା ଭିଡା ଶେଷ ହୋଇନାହିଁ। ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ‘ହନୁମାନ ଚାଳିଶାପାଠ’କୁ ନେଇ ବିବାଦ ଥମୁନାହିଁ। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ ମତଦାନ କରି ସାରିବା ପରେ ପୁଣିଥରେ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର କେଜରିଓ୍ବାଲ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବାକୁ ନେଇ ମନୋଜ କହିଛନ୍ତି କେଜରିଓ୍ବାଲ ହନୁମାନ ମନ୍ଦିର ପୂଜା କରିବାକୁ ଯାଇଥିଲେ ନା ହନୁମାନଙ୍କୁ ଅଶୁଦ୍ଧ କରିବାକୁ ଯାଇଥିଲେ। ସେ କହିଛନ୍ତି କେଜରିଓ୍ବାଲ ଯେଉଁ ହାତରେ ଜୋତା ଖୋଲିଲେ ସେହି ହାତରେ ଫୁଲମାଳ ନେଇ ମନ୍ଦିରକୁ ଗଲେ। ତେଣୁ ଯେତେବେଳେ ନକଲି ଭକ୍ତ ଆସନ୍ତି ସେତେବେଳେ ଏମିତି ହୋଇଥାଏ ବୋଲି ମନୋଜ କହିଛନ୍ତି। ଏହାକୁ ନେଇ କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି, ଭାଜପା ମୋର ହନୁମାନ ଚାଳିଶାପାଠ ଓ ମନ୍ଦିର ଦର୍ଶନକୁ ନେଇ ପରିହାସ କରୁଛି। ହେଲେ ଭଗବାନ ତ ସମସ୍ତଙ୍କର। ସେ ସମସ୍ତଙ୍କୁ ଆଶୀର୍ବାଦ ଦିଅନ୍ତୁ। ଭାଜପା ନେତାଙ୍କୁ ବି ଆଶୀର୍ବାଦ ଦିଅନ୍ତୁ ସମସ୍ତେ ଭଲରେ ରୁହନ୍ତୁ ବୋଲି କେଜରିଓ୍ବାଲ ତାଙ୍କ ଟୁଇଟରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri