ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ବଖାଣିଛନ୍ତି ସେମାନଙ୍କ ସଂଘର୍ଷର କାହାଣୀ। ପ୍ରଥମଥର ପାଇଁ ଦୁହେଁ ଟେଡେକ୍ସ ସ୍ପିକର ଭାବେ ନିମନ୍ତ୍ରିତ ହୋଇ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ କହିଛନ୍ତି ବହୁ ଅକୁହା କଥା। ବାଲୁକା କଳା ପ୍ରତି କାହିଁକି ମନ ଢଳିଲା ଆଉ ପୁରୀ ବେଳାଭୂମି କିପରି ତାଙ୍କ ପାଇଁ ଆଶୀର୍ବାଦ ପାଲଟିଥିଲା ତାହା ବଖାଣିବା ସହ ଆରମ୍ଭରୁ କିପରି ସଂଘର୍ଷ କରିଥିଲେ ସେ ସମ୍ପର୍କରେ କହିଥିଲେ ସୁଦର୍ଶନ। ଏହି ଅବସରରେ ସେ ବାଲୁକା କଳା ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ଏହା ମାଧ୍ୟମରେ ସେ କିପରି ବିଶ୍ୱବାସୀଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟି ପାରୁଛନ୍ତି ସେ ବିଷୟରେ ମଧ୍ୟ ଅବଗତ କରାଇଥିଲେ। ସୁଦର୍ଶନଙ୍କ ବାଲୁକା କଳାକୁ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ପ୍ରେଜେଣ୍ଟେଶନ ପ୍ରସ୍ତୁତ କରାଯାଇଥିଲା। ସେହିପରି ଅନ୍ୟତମ ଓଡ଼ିଆ ଧାବିକା ଦୂତୀ ତାଙ୍କ ସଂଘର୍ଷମୟ ଜୀବନୀ ବିଷୟରେ କହିଥିଲେ। ଗଁା ମାଟିରେ ଖାଲି ପାଦରେ କିପରି ଦୌଡ଼ ଆରମ୍ଭ କରି ଆଜି ଅନ୍ତର୍ଜାତୀୟ ଟ୍ରାକ୍‌ରେ ଚମକିଛନ୍ତି ସେ କଥା ବଖାଣିଥିଲେ। ତାଙ୍କ ଜୀବନରେ ଅନେକ ଉତ୍‌ଥାନ ପତନ ଆସିଛି। ହେଲେ ସେ କେବେ ନିଜ ଉପରୁ ବିଶ୍ୱାସ ହରାଇ ନ ଥିଲେ କି ଭାଙ୍ଗିପଡ଼ି ନ ଥିଲେ। ନିଜ ଲକ୍ଷ୍ୟ ପଥରେ ସ୍ଥିର ରହିଥିଲେ। ଅଲିମ୍ପିକରେ ସଫଳତା ହିଁ ତାଙ୍କ ସ୍ବପ୍ନ ବୋଲି କହିଥିଲେ ଏହି ଓଡ଼ିଆ ଝିଅ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri