Posted inଜାତୀୟ

ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର: କୋଲକାତା, ମୁମ୍ବାଇ ମଧ୍ୟ ଟପ୍‌ ୧୦ରେ

ନୂଆଦିଲ୍ଲୀ,୧୭।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଏବେ ସେଠାରେ ଲୋକେ ଘର ବାହାରକୁ ବାହାରିବାକୁ ଭୟ କରୁଛନ୍ତି। କାରଣ ଦିଲ୍ଲୀର ବାୟୁ ପ୍ରଦୂଷଣର ମାତ୍ରା ୬ଶହ ଟପିଗଲାଣି। ଶନିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ଥିଲା ପ୍ରାୟ ୫୨୭। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ସ୍କାଇମେଟ ଏକ ରିପୋର୍ଟ ପ୍ରକାଶ କରିଛି। ଯେଉଁଥିରେ ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର ବୋଲି ଦର୍ଶାଯାଇଛି। ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ପାକିସ୍ତାନର ଲାହୋର ଓ ତୃତୀୟ ସ୍ଥାନରେ ରହିଛି ଉଜବେକିସ୍ତାନର ତାସକଂଦ। ତେବେ ମୁମ୍ବାଇ ଓ କୋଲକତା ଏହି ପ୍ରଦୂଷଣ ତାଲିକାର ଟପ୍‌ ୧୦ରେ ରହିଛନ୍ତି। ଏଥିରେ କୋଲକାତା ପଞ୍ଚମ ସ୍ଥାନରେ ଥିବା ବେଳେ ମୁମ୍ବାଇ ନବମ ସ୍ଥାନରେ ରହିଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ଆଇକ୍ୟୁ ଏୟାର ଭିଜୁଆଲ ମଧ୍ୟ ଦିଲ୍ଲୀକୁ ସର୍ବାଧିକ ପ୍ରଦୂଷିତ ସହର ବୋଲି କହିଥିଲା। ତେବେ ଦିଲ୍ଲୀର ଏୟାର କ୍ୱାଲିଟିକୁ ଦେଖି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ସ୍ଥାନରେ ଏୟାର ପ୍ୟୁରିଫାୟାର ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ରୁ ଅଧିକ ଫଳଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri