Posted inଜାତୀୟ

ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡରେ ୬ମୃତ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୮: ଦିଲ୍ଲୀ ଜାକିର ନଗର ସ୍ଥିତ ଥିବା ୪ମହଲା ବିଶିଷ୍ଟ ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ମହିଳା, ୨ପୁରୁଷ ଓ ୨ଜଣ ପିଲା ଥିବା ଜଣାପଡ଼ିଛି। ଏଥିସହ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଉକ୍ତ ମହଲାରେ ବିଦ୍ୟୁତ୍‌ ମିଟର ବୋର୍ଡରୁ ନିଆଁ ଲାଗି ଚାରିଆଡ଼େ ବ୍ୟାପି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ ୮ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ୨୦ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ଦୁଇଜଣ ଦମକଳ କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଏହି ନିଅଁା ଏତେ ଭୟଙ୍କର ଥିଲା ଯେ ପାର୍କିଂରେ ଠିଆ ହୋଇଥିବା ୭ଟି କାର ଓ ୮ ବାଇକ୍‌ ପୋଡ଼ି ଭସ୍ମିଭୂତ ହୋଇଯାଇଥିଲା। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ଏହା ଘଟିଥାଏ ବୋଲି ପୋଲିସ ଅଧିକାରୀ ପ୍ରାଥମିକ ତଦନ୍ତରୁ ସୂଚନା ଦେଇଛନ୍ତି। ଅନ୍ୟପଟେ ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପ୍ରଭାବିତ ପରିବାରଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି କେଜ୍ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri