Posted inଖେଳ

ଦିଲ୍ଲୀ ଶୁଟିଂ ବିଶ୍ୱକପ୍‌ରୁ ଓହରିଲେ ଚାଇନା, ପାକିସ୍ତାନ

ପୁଣେ,୧୮।୨- ଆସନ୍ତା ମାର୍ଚ୍ଚରେ ନୂଆଦିଲ୍ଲୀ ସ୍ଥିତ ଡ. କାର୍ନି ସିଂ ଶୁଟିଂ ରେଞ୍ଜରେ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆୟୋଜନ ହେବ। ଇଭେଣ୍ଟ ପୂର୍ବରୁ ଆୟୋଜକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଇଫଲ, ପିସ୍ତଲ ଓ ଶଟ୍‌ଗନ ଭଳି ୩ ବିଭାଗରେ ଆସନ୍ତା ୧୫ ତାରିଖରୁ ହେବାକୁ ଥିବା ଟୁର୍ନାମେଣ୍ଟରୁ ଚାଇନା ଓହରି ଯାଇଛି। କରୋନା ଭାଇରସର ଭୟ ଯୋଗୁ ବୈଦେଶିକ ମନ୍ତ୍ରଣାଳୟ ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚାଇନିଜ ଶୁଟରଙ୍କ ଭିଜାକୁ ଅନୁମତି ନ ଦେବାର ସମ୍ଭାବନା ଥିଲା। କାରଣ ଦିଲ୍ଲୀଠାରେ ଚାଲିଥିବା ଏସିଆନ ଚାମ୍ପିୟନଶିପ କୁସ୍ତି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଚାଇନିଜ ରେସଲରମାନଙ୍କୁ ଯାତ୍ରା ଅନୁମତି ମିଳି ନ ଥିଲା। ଜାତୀୟ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ) ସଭାପତି ରନିନ୍ଦର ସିଂ କହିଛନ୍ତି, ଏହା ସମ୍ପୂର୍ଣ୍ଣ ଚାଇନିଜ ଶୁଟରଙ୍କ ନିଷ୍ପତ୍ତି। ଏଥିରେ ଭାରତ ସରକାରଙ୍କ କୌଣସି ହାତ ନାହିଁ। ସେମାନଙ୍କ ପାଇଁ ହୋଟେଲ ବୁକିଂ ଓ ଅନ୍ୟ ବ୍ୟବସ୍ଥା କରାଯାଇଥିଲା। ଏଣୁ ସେମାନେ ଆମକୁ ପୂର୍ବରୁ ସୂଚନା ଦେଇଛନ୍ତି। ପାକିସ୍ତାନ ମଧ୍ୟ ତା’ର ଶୁଟରଙ୍କୁ ନ ପଠାଇବାକୁ ନିଷ୍ପତ୍ତି ନେଇଛି। ଆମ ୩ ଶୁଟର ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିସାରିଛନ୍ତି। ଆମେ ତାଙ୍କ ପାଇଁ କୋଚ୍‌ ଖୋଜୁଥିଲୁ। ଜର୍ମାନୀରେ କୋଚ୍‌ ମିଳିଛନ୍ତି ଓ ସେ ମାର୍ଚ୍ଚରେ ଟ୍ରେନିଂ ଦେବା ଲାଗି ଉପଲବ୍ଧ ରହିବେ। ଏଣୁ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବାର କିଛି ଲାଭ ନାହିଁ ବୋଲି ଜାତୀୟ ରାଇଫଲ ଆସୋସିଏଶନ ଅଫ୍‌ ପାକିସ୍ତାନ କାର୍ଯ୍ୟକାରୀ ଉପ ସଭାପତି ଜାଭେଦ ଲୋଧି କହିଛନ୍ତି। ଗତ ସଂସ୍କରଣରେ ଭାରତ ସରକାର ପକିସ୍ତାନ ଶୁଟରଙ୍କ ଭିଜାକୁ ମଞ୍ଜୁରି ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri