Posted inଜାତୀୟ

ଦିଲ୍ଲୀ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଦିଲ୍ଲୀ ମେଡିକାଲ ଓ୍ବାର୍ଡଗୁଡ଼ିକର ଦୟନୀୟ ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ଦିଲ୍ଲୀ ହସ୍ପିଟାଲରେ କରୋନା ରୋଗୀଙ୍କୁ ପ୍ରାଣୀଙ୍କ ଠାରୁ ହୀନ ବ୍ୟବହାର କରାଯାଉଛି। ରୋଗୀଙ୍କ ମୃତ୍ୟୁ ଘଟିଲେ ମୃତଦେହ ଲବି ଓ ପ୍ରତୀକ୍ଷାଞ୍ଚଳରେ ରଖାଯିବା ସହ ଅଳିଆ ଗଦାରେ ଫିଙ୍ଗିଦିଆଯାଉଥିବା ଖବର ପ୍ରକାଶ ପାଇବା ପରେ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଦିଲ୍ଲୀ ହସ୍ପିଟାଲଗୁଡ଼ିକର ସ୍ଥିତି ଅତି ନିକୃଷ୍ଟ, ଭୟଙ୍କର ତଥା ଦୁଃଖଦାୟକ ବୋଲି ଖଣ୍ଡପୀଠ କହିବା ସହ ଶବ ପରିଚାଳନାରେ ବିଫଳତା ଲାଗି ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ଏବଂ ଶବ ପରିଚାଳନାରେ ତ୍ରୁଟିକୁ ନେଇ ସୁପ୍ରିମକୋର୍ଟ ନିଜଆଡ଼ୁ ମାମଲା ରୁଜୁ କରି କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ହସ୍ପିଟାଲଗୁଡ଼ିକ ମୃତଦେହ ରଖିବାରେ ଉପଯୁକ୍ତ ଧ୍ୟାନ ଦେଉନାହାନ୍ତି। ରୋଗୀଙ୍କ ମୃତ୍ୟୁ ସମ୍ପର୍କରେ ମଧ୍ୟ ସେମାନଙ୍କ ପରିବାର ସଦସ୍ୟଙ୍କୁ ସୂଚନା ଦିଆଯାଉନାହିଁ। ଫଳରେ ସେମାନେ ମୃତକଙ୍କ ଶେଷକୃତ୍ୟରେ ଯୋଗଦେଇପାରୁନାହାନ୍ତି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଏଥିସହିତ ଦିଲ୍ଲୀରେ ଖୁବ୍‌ କମ୍‌ କୋଭିଡ୍‌-୧୯ ପରୀକ୍ଷା ହେଉଥିବାରୁ ଜଷ୍ଟିସ୍‌ ଅଶୋକ ଭୂଷଣ, ଏସ୍‌.କେ. କୌଲ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଥିଲେ। ପୂର୍ବରୁ ଦିଲ୍ଲୀରେ ଦିନକୁ ୭୦୦୦ କୋଭିଡ୍‌ ପରୀକ୍ଷା ହେଉଥିବାବେଳେ ଏବେ ତାହା ୫୦୦୦କୁ ହ୍ରାସ ପାଇଛି। ଅନ୍ୟପକ୍ଷରେ ମୁମ୍ବାଇ ଓ ଚେନ୍ନାଇରେ କୋଭିଡ୍‌ ପରୀକ୍ଷା ବୃଦ୍ଧି ପାଇଛି। କରୋନା ଚିକିତ୍ସା ଓ ଶବ ପରିଚାଳନା ନେଇ ସୁପ୍ରିମକୋର୍ଟ ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଓ ତାମିଲନାଡୁ ସରକାରଙ୍କୁ ମଧ୍ୟ ନୋଟିସ ଜାରି କରିଛନ୍ତି। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାର ପାଳନ ହେଉନାହିଁ। ରୋଗୀ ପରିଚାଳନା ବ୍ୟବସ୍ଥା, ହସ୍ପିଟାଲ ଷ୍ଟାଫ୍‌ ଏବଂ ରୋଗୀ ଯତ୍ନ ସମ୍ପର୍କିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପାଇଁ ଉପରୋକ୍ତ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri