Categories: ଜାତୀୟ

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ବେଳେ ସାମାନ୍ୟ ଜ୍ୱର ରହିଛି। ସୂଚନାଯୋଗ୍ୟ, ଜନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି। ଦିନେ ଦୁଇଦିନ ମଧ୍ୟରେ ସେ ଘରକୁ ଫେରିବେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି।

Share