ଦିଶାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟିକା ଦିଶା ପାଟନି ୨୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଲିଉଡ୍‌ ନାୟକ ଟାଇଗର ଶ୍ରଫ ତାଙ୍କ ଗର୍ଲ ଫ୍ରେଣ୍ଡକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ମାଧ୍ୟମରେ ଟାଇଗର ଦିଶାଙ୍କୁ ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ଏକ ଇଂରାଜୀ ଗୀତରେ ଦିଶା ଫରଫର୍ମ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଟାଇଗର ଶେୟାର କରି ଦିଶାଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଥିବା ବେଳେ ଉକ୍ତ ଭିଡିଓକୁ ତାଙ୍କ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି। ମାତ୍ର କେଇ ମିନିଟ ମଧ୍ୟରେ ଏହି ଭିଡିଓକୁ ୪ ଲକ୍ଷରୁ ଅଧିକ ଦର୍ଶକ ଦେଖି ସାରିଲେଣି। ଭିଡିଓ ଶେୟାର କରିବା ସହ କ୍ୟାପଶନରେ ଟାଇଗର ଲେଖିଛନ୍ତି, ୩ ଓ୍ବାଫଲସ୍‌ ଓ ୩ ପାନ୍‌କେକ୍‌ ପରେ ମିଳିବ, ହାପି ବାର୍ଥ ଡେ। ଏହି କ୍ୟାପଶନ ପୂର୍ବରୁ ଟାଇଗର ହସୁଥିବା ଓ ଏକ ହାର୍ଟ ଇମୋଜି ଲଗାଇଛନ୍ତି। ଏହାକୁ ଦେଖିବା ପରେ କେତେଜଣ ସୋସିଆଲ ମିଡିଆ ୟୁଜର୍ସ କମେଣ୍ଟ ମଧ୍ୟ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି ତୁମେ ଦୁହେଁ ବଲିଉଡ୍‌ର ଫେବରେଟ କପୁଲ। ଏହାସହ ଦିଶାଙ୍କ ଜନ୍ମଦିନ ଅବସରରେ ତାଙ୍କ ନିକଟକୁ ଶୁଭେଚ୍ଛା ସୁଅ ଛୁଟିଛି। ବେଶ୍‌ କିଛିଦିନ ହେବ ଦିଶା-ଟାଇଗର ପରସ୍ପରକୁ ପ୍ରେମ କରୁଥିବା ଆଲୋଚନା ହେଉଥିଲେ ମଧ୍ୟ ଏମାନେ କେବେ ମୁହଁ ଖୋଲି ଏ ବିଷୟରେ କଥା ହୋଇ ନାହାନ୍ତି। ରିଲ୍‌ ହେଉ ଅବା ରିୟଲ ଲାଇଫରେ ଏମାନେ ଅନେକ ଥର ନଜର ଆସିଛନ୍ତି। ବେଳେ ବେଳେ ଏମାନଙ୍କ ମଧ୍ୟରେ ଝଗଡା ହେଉଥିବା ମଧ୍ୟ ଆଲୋଚନା ହୁଏ। ଏମିତିକି ଦିଶା ଏକଜିଦିଆ ହୋଇଥିବା ବେଳେ ଟାଇଗର କୁଆଡେ ସବୁ କଥାରେ ମ୍ୟାନେଜ କରନ୍ତି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri