Posted inଜାତୀୟ

‘ଦିଶା’ ଆଇନ ପାଇଁ ନିଯୁକ୍ତ ହେଲେ ୨ ମହିଳା ଅଫିସର

ଅମରାବତୀ,୩।୧: ହାଇଦ୍ରାବାଦରେ ଦିଶାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା ପରେ ଆନ୍ଧ୍ରପ୍ରଦେଶ ସରକାର ଗତବର୍ଷ ଡିସେମ୍ବରରେ ଏକ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଉକ୍ତ ଆଇନ ଜରିଆରେ ତୁରନ୍ତ ଫାଶୀ ଦଣ୍ଡାଦେଶ ମିଳିପାରିବ ବୋଲି ଦିଶା ଆଇନକୁ ପାରିତ କରାଯାଇଥିଲା। ୨୧ଦିନ ମଧ୍ୟରେ ଘଟଣାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯିବ ବୋଲି ଏଥିରେ ପ୍ରାବଧାନ ରହିଛି। ଡିସେମ୍ବର ୧୩ରେ ଆନ୍ଧ୍ର ବିଧାନସଭାରେ ଏହି ଆଇନ ପାସ୍‌ ହୋଇଥିଲା। ଆଉ ଏହାକୁ ‘ଆନ୍ଧ୍ରପ୍ରଦେଶ ଦିଶା ଆଇନ’ ନାମରେ ନାମିତ କରାଯାଇଥିଲା। ଏହି ଆଇନ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁଛି କି ନାହିଁ ସେନେଇ ତଦାରଖ କରିବା ପାଇଁ ୨ ମହିଳା ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ଆଇଏଏସ୍‌ ଡାକ୍ତର କ୍ରିତିକା ଶୁକ୍ଳା ଓ ଆଇପିଏସ୍‌ ଏମ୍‌. ଦୀପିକା କୁର୍‌ନୁଲଙ୍କୁ ଦିଶାର ସ୍ପେଶିଆଲ ଅଫିସର ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ଡାକ୍ତର କ୍ରିତିକା ମହିଳା ଏବଂ ଶିଶୁ କଲ୍ୟାଣ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ। ସେହିପରି ଏମ୍‌ ଦୀପିକା ମଧ୍ୟ ପୂର୍ବରୁ ଏଏସ୍‌ପି ପଦରେ ନିଯୁକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri