ଦୀଘା, ହାତିଆରେ ମାଡ ହେବ ବାତ୍ୟା ‘ଅମ୍ଫାନ’: ପ୍ରଭାବିତ ଆଶଙ୍କା ଜିଲାକୁ ଗଲେ ଓଡ୍ରାଫ, ଏନଡିଆରଏଫ ଟିମ୍‌

ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦ କି.ମି, ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସାମୁଦ୍ରିକ ଝଡ ଅମ୍ଫନ ଧୀରେ ଧୀରେ ବଳଶାଳୀ ହୋଇ ଘଣ୍ଟାକୁ ମାତ୍ର ୬ କି.ମି ବେଗରେ ସ୍ଥଳଭାଗ ଆଡାକୁ ମୁହାଁଇଛି। ରବିବାର ମଧ୍ୟ ରାତ୍ର ସୁଦ୍ଧା ବାତ୍ୟା ‘ଅମ୍ଫନ’ ଆହୁରି ବଳ ଗୋଟାଇ ଅତି ଭୟଙ୍କର ରୂପ ଧାରଣ କରିବ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାତ୍ୟା ଭୟଙ୍କରରୁ ଆହୁରି ଭୟଙ୍କର ହେବ। ଏହା ଉତର ଦିଗ ଦେଇ ଗତି କରୁଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଏହି ସାମୁଦ୍ରିକ ଝଡ ଦିଗ ପରିବର୍ତନ କରି ଉତ୍ତର ପୂର୍ବ ଦିଗକୁ ଗତି କରିବ। ଆସନ୍ତା ୨୦ ତାରିଖ ଅପରାହ୍ନ କିମ୍ବା ସା ସୁଦ୍ଧା ପଶ୍ଚିମବଙ୍ଗର ଦୀଘା ଏବଂ ବାଂଲାଦେଶର ହାତିଆ ଦୀପ ମଧ୍ୟରେ ଅମ୍ଫନ ଅତି ଭୟଙ୍କର ରୂପ ଧାରଣ କରି ସ୍ଥଳଭାଗକୁ ମାଡ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେତେବେଳକୁ ଝଡର ବେଗ ଘଣ୍ଟା ପ୍ରତି ୧୮୦ରୁ ୨୦୦ କ.ମି ରହିବ । ୧୮ ତାରିଖରେ ବାତ୍ୟାର ଘଣ୍ଟା ପ୍ରତି ବେଗ ୧୩୫ରୁ ୧୫୦ କି.ମି ରହିବା ବେଳେ ୧୯ ତାରିଖ ରାତି ସୁଦ୍ଧା ୧୭୦ରୁ ୨୦୦ କି.ମିକୁ ବୃଦ୍ଧି ପାଇବ। ସ୍ଥଳ ଭାଗ ଛୁଇଁବା ପରେ ଏହା ଦୁର୍ବଳ ହୋଇଯିବ। ପବନର ବେଗ ମଧ୍ୟ ହ୍ରାସ ପାଇବ। ଏହାର ପ୍ରଭାବରେ ଆସନ୍ତା ୧୮ ତାରିଖ ସାରୁ ଉପକୂଳବର୍ତୀ ଜିଲାଗୁଡିକରେ ବର୍ଷା ଆରମ୍ଭ ହୋଇଯିବ। ଉପକୂଳରେ ଘଣ୍ଟାକୁ ୭୫ରୁ ୮୫ କି.ମି ବେଗରେ ପହବନ ବହିବା ସହିତ ତୁହାକୁ ତୁହା ବର୍ଷା ହେବ। ୧୯ ତାରିଖରେ ପବନର ବେଗ ୧୩୫ରୁ ୧୫୦ କି.ମିକୁ ବୃଦ୍ଧି ପାଇବ। ଗଞ୍ଜାମ, ଗଜପତି, ପୁରୀ , ଜଗତସିଂହପୁର ଏବଂ କେନ୍ଦ୍ରପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖରେ ମଧ୍ୟ ଉପକୂଳବର୍ତୀ ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବ। ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପାରାଦୀପ, ଚାନ୍ଦବାଲି, ପୁରୀ, ଗୋପାଳପୁରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ବାତ୍ୟା ଆମ୍ଫାନ ଯୋଗୁ ଜଗତସିଂହପୁର, କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ୱର ଜିଲା ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏଥିସହିତ ୧୨ଟି ଜିଲାକୁ ଆଲର୍ଟରେ ରଖାଯାଇଛି। ବାତ୍ୟା ଉପରେ ନିୟମିତ ଭାବେ ନଜର ରଖାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଭାବିତ ଆଶଙ୍କା ଥିବା ଜିଲାଗୁଡିକୁ ଓଡ୍ରାଫ ଓ ଏନଡିଆରଏଫ ଟିମ ପଠାଯାଇଛି। କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ କେତେକ ବାତ୍ୟା ଆଶ୍ରୟସ୍ଥଳ ଓ ସ୍କୁଲ ଘରକୁ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରେ ପରିଣତ କରାଯାଇଛି। ଜିଲାରେ ଖାଲିଥିବା ସ୍କୁଲ, କଲେଜ ଓ ଅନ୍ୟାନ ବିଲ୍ଡିଂଗୁଡ଼ିକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଏବଂ ଯାଜପୁର ଜିଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri