ଦୀନବନ୍ଧୁଙ୍କ ମୃତଦେହ ବାଇକ୍‌ରେ ଘରକୁ ଆସିଲା

ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର ଲୋକ ମଙ୍ଗଳବାର ଏକ ବାଇକ୍‌ରେ ୨୦ କିମି ଦୂର ଚିତ୍ରକୋଣ୍ଡାସ୍ଥିତ ନିଜ ଘରକୁ ଆଣିଛନ୍ତି । ଗତ ୨୩ରେ ଦୀନବନ୍ଧୁ ସାପ୍ତାହିକ ହାଟକୁ ଯିବା ବେଳେ ରାସ୍ତାରେ ମାଓବାଦୀମାନେ ତାଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ଗୁଳିକରି ହତ୍ୟା କରିଥିଲେ। ୨ ଦିନ ପର୍ଯ୍ୟନ୍ତ ପୋଲିସ ସେହି ସ୍ଥାନକୁ ନ ଯିବାରୁ ଶେଷରେ ପରିବାର ଲୋକେ ମୃତଦେହକୁ ବାଇକ୍‌ ଯୋଗେ ଆଣିଥିଲେ। ଦୀନବନ୍ଧୁଙ୍କ ପକେଟ୍‌ରୁ ଏକ ହାତଲେଖା ଚିଠି ମିଳିଥିବା ପରିବାର ଲୋକେ କହିଛନ୍ତି। ଦୀନବନ୍ଧୁ ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ପୋଲିସକୁ ସୂଚନା ଦେଉଥିବାରୁ ତାଙ୍କୁ ଏପରି ହତ୍ୟା କରାଗଲା। ଯେଉଁମାନେ ପୋଲିସକୁ ସହଯୋଗ କରୁଛନ୍ତି ୩ ଦିନ ମଧ୍ୟରେ ମାଓବାଦୀବାହିନୀ ନିକଟରେ ଆତ୍ମସମର୍ପଣ ନ କଲେ ସେମାନଙ୍କୁ ପ୍ରଜାକୋର୍ଟରେ ହତ୍ୟା କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଦୀନବନ୍ଧୁଙ୍କ ଜଣେ ସମ୍ପକୀୟ କହିଛନ୍ତି ରାସ୍ତାରେ ଲ୍ୟାଣ୍ଡମାଇନ ପୋତା ଯାଇଥିବା ସନ୍ଦେହ କରି ପୋଲିସ ଘଟଣା ସ୍ଥଳକୁ ନ ଯାଇ ଆମକୁ ମୃତଦେହ ଆଣିବା ପାଇଁ କହିଥିଲେ। ଅନ୍ୟପକ୍ଷରେ ଚିତ୍ରକୋଣ୍ଡା ପୋଲିସ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ କେହି ଫୋନ ନ ଉଠାଇବାରୁ ଏନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri